ଅଦାଲତ ଅବମାନନା ମାମଲାରେ ପ୍ରଶାନ୍ତଙ୍କୁ ଏକ ଟଙ୍କା ଜୋରିମାନା

0 68

ନୂଆଦିଲ୍ଲୀ : ଅଦାଲତ ଅବମାନନା ମାମଲାରେ ଦୋଷୀ ସାବ୍ୟସ୍ତ ହୋଇଥିବା ବରିଷ୍ଠ ଓକିଲ ପ୍ରଶାନ୍ତ ଭୂଷଣଙ୍କୁ ଆଜି ସୁପ୍ରିମ୍‌କୋର୍ଟ ଏକ ଟଙ୍କା ଜୋରିମାନା ଦଣ୍ଡରେ ଦଣ୍ଡିତ କରିଛନ୍ତି । ତାଙ୍କୁ ସେପ୍ଟେମ୍ବର ୧୫ ସୁଦ୍ଧା ଏହି ଜୋରିମାନା ଦାଖଲ କରିବାକୁ ନିର୍ଦ୍ଦେଶ ହୋଇଥିଲା । ତେବେ ତା’ ପୂର୍ବରୁ ସେ ଏହା ଦାଖଲ କରିଥିବା ଜଣାପଡ଼ିଛି । ଜୋରିମାନା ନଦେଇଥିଲେ ତିନି ମାସ ଜେଲ୍‌ ଦଣ୍ଡ ଭୋଗିବାକୁ ପଡ଼ିଥାନ୍ତା ।
ନ୍ୟାୟପାଳିକା ବିରୋଧରେ ଦୁଇଟି ଟ୍ୱିଟ୍‌ ଉପରେ କୋର୍ଟ ଶୁଣାଣି କରି ଅଦାଲତ ଅବମାନନା ମାମଲାରେ ପ୍ରଶାନ୍ତ ଭୂଷଣଙ୍କୁ ଚଳିତ ମାସ ଆରମ୍ଭରେ ୋଷୀ ସାବ୍ୟସ୍ତ କରିଥିଲେ । ଶୁଣାଣି ସମୟରେ ଟୁଇଟ ପାଇଁ କ୍ଷମା ମାଗିନେବାକୁ ସୁପ୍ରିମକୋର୍ଟ ବରିଷ୍ଠ ଆଇନଜୀବୀ ପ୍ରଶାନ୍ତ ଭୂଷଣଙ୍କୁ କହିଥିଲେ ମଧ୍ୟ ଅଦାଲତ ଅବମାନନା ମାମଲାରେ ସୁପ୍ରିମ କୋର୍ଟଙ୍କୁ ନିଃସର୍ତ୍ତ କ୍ଷମା ପ୍ରାର୍ଥନା କରିବାକୁ ପ୍ରଶାନ୍ତ ଭୂଷଣ ମନା କରି ଦେଇଥିଲେ । କ୍ଷମା ମାଗିବାକୁ ତାଙ୍କ ବିବେକ ଅନୁମୋଦନ କରୁନାହିଁ । ଯଦି ସେ କ୍ଷମା ମାଗିବେ ଏହା ତାଙ୍କ ଅନ୍ତରାତ୍ମା ପ୍ରତି ଅବମାନନା ହେବ ବୋଲି ପ୍ରଶାନ୍ତ ଭୂଷଣ କହିଥିଲେ । ସୁପ୍ରିମ୍‌କୋର୍ଟଙ୍କ ଗରିମା କ୍ଷୁଣ୍ଣ ହେବା ଉଦ୍ଦେଶ୍ୟରେ ସେ କୌଣସି ଟ୍ୱିଟ୍‌ କରି ନଥିଲେ ଏବଂ କୋର୍ଟଙ୍କ ପ୍ରତି ତାଙ୍କ ମନରେ ସର୍ବଦା ସମ୍ମାନ ରହିଛି । ସେ ଯାହା ଟ୍ୱିଟ୍‌ କରିଥିଲେ, ତାହା ତାଙ୍କର ବାକ୍‌ ସ୍ୱାଧୀନତା ପରିସରଭୁକ୍ତ ବୋଲି କହିଥିଲେ ।

hiranchal ad1
Leave A Reply

Your email address will not be published.

9 + eighteen =