୨୫ ଲକ୍ଷ ମୁହାଁ କରୋନା ସଂକ୍ରମଣ

0 68

ନୂଆଦିଲ୍ଲୀ : ଭାରତରେ କରୋନା ସଂକ୍ରମଣ ଏବେ ୨୪ ଲକ୍ଷ ୬୧ ହଜାର ୧୯୦ରେ ପହଞ୍ଚିଛି । ଗତ ୨୪ ଘଣ୍ଟାରେ ୬୪ ହଜାର ୫୫୩ଜଣ ଆକ୍ରାନ୍ତ ହୋଇଥିବା ବେଳେ ୧,୦୦୭ଜଣ ପ୍ରାଣ ହରାଇଛନ୍ତି । ଏଥିସହିତ ମୋଟ ମୃତ୍ୟୁସଂଖ୍ୟା ୪୮ ହଜାର ୪୦ରେ ପହଞ୍ଚିଛି । ସେହିପରି, ସୁସ୍ଥ ହୋଇଥିବା ବ୍ୟକ୍ତିଙ୍କ ସଂଖ୍ୟା ୧୭ ଲକ୍ଷ ୫୧ ହଜାର ୫୫୫ରେ ପହଞ୍ଚିଛି ବୋଲି ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ଆଜି ସୂଚନା ଦେଇଛି ।
ସୂଚନା ମୁତାବକ, ଗତକାଲି ପୂର୍ବ ସବୁ ରେକର୍ଡ ଭାଙ୍ଗିଥିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା । କିଛି ଦିନ ହେବ ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା କମ ରହିଥିବା ବେଳେ ଗତକାଲି ୨୪ଘଣ୍ଟାରେ ୬୬,୯୯୯ଜଣ କରୋନା ଆକ୍ରାନ୍ତଙ୍କ ହୋଇଥିଲେ । ଅଗଷ୍ଟ ୧୩ ତାରିଖ ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୩,୯୬,୬୩୭ ଜଣ କରୋନାଭାଇରସ୍‌ ଦ୍ୱାରା ଆକ୍ରାନ୍ତ ହୋଇଥିବା କଥା କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ତରଫରୁ ସୂଚନା ଦିଆଯାଇଥିଲା । ଆକ୍ରାନ୍ତଙ୍କ ମଧ୍ୟରୁ ୧୬୯୫୯୮୨ ଜଣ ସୁସ୍ଥ ହୋଇଥିଲେ ଏବଂ ସେମାନଙ୍କ ମଧ୍ୟରୁ ଜଣେ ଦେଶାନ୍ତର ଯାତ୍ରା କରିଥିଲେ । ବାକି ୪୭୦୩୩ ଜଣ ଆକ୍ରାନ୍ତ ବ୍ୟକ୍ତିଙ୍କର ମୃତ୍ୟୁ ଘଟିଥିଲା । ୨୪ ଘଣ୍ଟା ମଧ୍ୟରେ ଜଣାପଡିଥିବା ୬୬,୯୯୯ ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୬୫୩୬୨୨ରହିଥିଲା । ୨୪ ଘଣ୍ଟାରେ ୯୪୨ଆକ୍ରାନ୍ତ ପ୍ରାଣ ହରାଇଥିବା ବେଳେ ଆଜି ୧୦୦୭ଜଣ ମୃତ୍ୟୁବରଣ କରିଛନ୍ତି ।

hiranchal ad1
Leave A Reply

Your email address will not be published.

10 − 10 =