ଅମିତ୍‌ ଶାହଙ୍କୁ କରୋନା

0 115

ନୂଆଦିଲ୍ଲୀ : କେନ୍ଦ୍ର ଗୃହମନ୍ତ୍ରୀ ଅମିତ୍‌ ଶାହ କରୋନା ଭାଇରସରେ ସଂକ୍ରମିତ ହୋଇଛନ୍ତି । ଏକଥା ସେ ନିଜେ ଟ୍ୱିଟ୍‌ କରି ଜଣାଇଛନ୍ତି । ଏହାପରେ ବିଜେପିର ବହୁ ତୁଙ୍ଗ ନେତା ତାଙ୍କର ଆଶୁ ଆରୋଗ୍ୟ କାମନା କରିଛନ୍ତି । ଟ୍ୱିଟରରେ ସେ ଲେଖିଛନ୍ତି ଯେ କରୋନାର ପ୍ରାରମ୍ଭିକ ଲକ୍ଷଣ ଦେଖାଯିବା ପରେ ସେ ଟେଷ୍ଟ କରିଥିଲେ । ଟେଷ୍ଟରୁ ସେ କରୋନା ପଜିଟିଭ ଥିବା ଜଣାପଡିଛି । ତେବେ ତାଙ୍କର ସ୍ୱାସ୍ଥ୍ୟାବସ୍ଥା ଠିକ ଅଛି, କିନ୍ତୁ ଡାକ୍ତରଙ୍କ ପରାମର୍ଶକ୍ରମେ ସେ ଡାକ୍ତରଖାନାରେ ଚିକିତ୍ସା ପାଇଁ ଭର୍ତ୍ତି ହୋଇଛନ୍ତି ।ଗତ କିଛି ଦିନ ଧରି ତାଙ୍କ ସଂପର୍କରେ ଆସିଥିବା ଲୋକମାନେ ସଙ୍ଗରୋଧରେ ରହିବା ସହ ଟେଷ୍ଟ କରିବାକୁ ସେ ଅନୁରୋଧ କରିଛନ୍ତି । ସୂଚନାଯୋଗ୍ୟ, ଦିଲ୍ଲୀରେ ମହାମାରୀ କରୋନା ହୁହୁ ହୋଇ ବଢ଼ି ଚାଲିଥିବା ବେଳେ ଗୃହମନ୍ତ୍ରୀ ଶ୍ରୀ ଶାହ ତାଙ୍କ ଉଦ୍ୟମରେ କରୋନାକୁ ରୋକ୍‌ ଦେବାରେ ସମର୍ଥ ହୋଇଥିଲେ ।

hiranchal ad1
Leave A Reply

Your email address will not be published.

seventeen − one =