ରାଜଧାନୀରେ ଆଉ ୪ ନୂଆ ଓମିକ୍ରନ ଆକ୍ରାନ୍ତ ଚିହ୍ନଟ

0 172

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ ଆଉ ୪ ନୂଆ ଓମିକ୍ରନ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ଦିଲ୍ଲୀରେ ଆକ୍ରାନ୍ତଙ୍କ ସଂଖ୍ୟା ୬ରେ ପହଞ୍ଚିଛି । ଏନେଇ ଦିଲ୍ଲୀ ସ୍ୱାସ୍ଥ୍ୟ ମନ୍ତ୍ରୀ ସୂଚନା ଦେଇଛନ୍ତି ।  ଦେଶରେ ମୋଟ୍ ଓମିକ୍ରନ ଆକ୍ରାନ୍ତଙ୍କ ସଂଖ୍ୟା ୪୬କୁ ବୃଦ୍ଧି ପାଇଛି । 

hiring

ସେହିପରି ଆଜି ସୁରତରେ ପ୍ରଥମ ଓମିକ୍ରନ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଆକ୍ରାନ୍ତ ଜଣକ କିଛି ଦିନ ତଳେ ଦକ୍ଷିଣ ଆଫ୍ରିକାରୁ ଫେରିଥିଲେ । ୪୨ ବର୍ଷର ବ୍ୟକ୍ତି ଜଣକ ଓମିକ୍ରନରେ ଆକ୍ରାନ୍ତ ହୋଇଥିବା ଜଣାପଡିଛି । ତେବେ ତାଙ୍କର ଜିନମ ସିକ୍ୱେନ୍ସିଂ ପରେ ଓମିକ୍ରନ ଆକ୍ରାନ୍ତ ଥିବା ଜଣାପଡିଛି । ତେବେ ଏହାକୁ ମିଶାଇ ଗୁଜୁରାଟରେ ଓମିକ୍ରନ ଆକ୍ରାନ୍ତଙ୍କ ସଂଖ୍ୟା ୪କୁ ବୃଦ୍ଧି ପାଇଛି ।

ମହାରାଷ୍ଟ୍ରରେ ଏଯାଏଁ ୨୦ ଓମିକ୍ରନ୍ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେହିପରି ରାଜସ୍ଥାନରୁ ୯, କର୍ଣ୍ଣାଟକରୁ ୩, ଗୁୁଜୁରାଟରୁ ୪, କେରଳରୁ ୧, ଆନ୍ଧ୍ରପ୍ରଦେଶରୁ ୧, ଦିଲ୍ଲୀରୁ ୬, ଚଣ୍ଡୀଗଡରୁ ୨ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ଦେଶରେ ଓମିକ୍ରନ ଆକ୍ରାନ୍ତଙ୍କ ସଂଖ୍ୟା ୪୬କୁ ବୃଦ୍ଧି ପାଇଛି । 

hiranchal ad1
Leave A Reply

Your email address will not be published.

ten − three =