ବାଣ ଦୋକାନରେ ଅଗ୍ନିକାଣ୍ଡ ଘଟି ୬ ମୃତ, ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

0 74

ଚେନ୍ନାଇ : ତାମିଲନାଡୁର କାଲାକୁରିଚି ଜିଲ୍ଲାର ସାଙ୍କାରପୁରାମ ସହରର ଏକ ବାଣ ଦୋକାନରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି । ଏହି ଦୁର୍ଘଟଣାରେ ୬ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଅନେକ ଲୋକ ଆହତ ହୋଇଛନ୍ତି । ସମସ୍ତ ଆହତଙ୍କୁ ଚିକିତ୍ସା ପାଇଁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । ପ୍ରତ୍ୟେକ ମୃତକଙ୍କ ପରିବାରକୁ ରାଜ୍ୟ ମୁଖ୍ୟମନ୍ତ୍ରୀ ଏମ.କେ ଷ୍ଟାଲିନ ୫ ଲକ୍ଷ ଟଙ୍କା ଅନୁଦାନ ଘୋଷଣା କରିଛନ୍ତି । ଏଥିସହ ଦୁର୍ଘଟଣାରେ ଆହତଙ୍କ ଚିକିତ୍ସା ପାଇଁ ୧ ଲକ୍ଷ ଟଙ୍କା ପ୍ରଦାନ କରାଯିବ ।

hiranchal ad1
Leave A Reply

Your email address will not be published.

eight + 13 =