ଦେଶରେ ପୁଣି ବାହାରିଲେ ୧୩୫୯୬ କରୋନା, ୧୬୬ ମୃତ

0 61

ନୂଆଦିଲ୍ଲୀ : ଦେଶରେ କରୋନା ସଂକ୍ରମଣ ଧିରେ ଧିରେ କମୁଛି । ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୨୦ ହଜାରରୁ କମ୍ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୧୬୬ ଜଣଙ୍କ ମୃତ୍ୟୁ ହୋଇଛି । ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ, ୨୪ ଘଣ୍ଟାରେ ୧୩୫୯୬ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଦେଶରେ କରୋନା ଜନିତ ଦୈନିକ ମୃତ୍ୟୁ ସଂଖ୍ୟା ୧୦୦ ଟପିଛି । ୨୪ ଘଣ୍ଟା ମଧ୍ୟରେ ୧୬୬ ଜଣଙ୍କ ମୃତ୍ୟୁ ଘଟିଛି । ସେହିପରି ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୩କୋଟି ୪୦ ଲକ୍ଷ ୮୧ ହଜାର ୩୧୫ରେ ପହଁଚିଛି । ଏତତ୍ ବ୍ୟତୀତ ମୃତ୍ୟୁସଂଖ୍ୟା ୪ ଲକ୍ଷ ୫୨ ହଜାର ୨୯୦ରେ ପହଞ୍ଚିଛି । ଏବେ ଦେଶରେ ୧୮୯୬୯୪ ସକ୍ରିୟ ମାମଲା ରହିଛି । ସେହିପରି ୩୩୪୩୯୩୩୧ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।

hiranchal ad1
Leave A Reply

Your email address will not be published.

3 × two =