ନୂଆଦିଲ୍ଲୀ: ଚାଷୀଙ୍କ ପାଇଁ ଖୁସି ଖବର । କରୋନା ଭିତରେ କେନ୍ଦ୍ର ସରକାର ଚାଷୀଙ୍କ ପାଇଁ ଏକ ଖୁସି ଖବର ଆଣିଛନ୍ତି । କେନ୍ଦ୍ର ସରକାର ଧାନର ସର୍ବନିମ୍ନ ସହାୟକ ମୂଲ୍ୟ ବୃଦ୍ଧି କରିଛନ୍ତି । ବିଭିନ୍ନ ଖାଦ୍ୟ ଶସ୍ୟର ମୂଲ୍ୟ ବୃଦ୍ଧି ନେଇ କେନ୍ଦ୍ର କ୍ୟାବିନେଟରେ ମଞ୍ଜୁରୀ ମିଳିଛି । ଧାନ କ୍ୱିଣ୍ଟାଲ ପିଛା ଏମଏସପି ୧୯୪୦କୁ ବୃଦ୍ଧି ନେଇ କେନ୍ଦ୍ର କ୍ୟାବିନେଟରେ ନିଷ୍ପତ୍ତି ନିଆଯାଇଛି । ୨୦୨୦-୨୧ରେ ଧାନ କ୍ୱିଣ୍ଟାଲ ପିଛା ଏମଏସପି ୧୮୬୮ ଥିଲାବେଳେ ୨୦୨୧-୨୨ରେ ତାହାକୁ ବୃଦ୍ଧି କରାଯାଇ ୧୯୪୦ କରାଯାଇଛି । ଏ ସମ୍ପର୍କିତ କ୍ୟାବିନେଟ ନିଷ୍ପତ୍ତି ନେଇ କୃଷିମନ୍ତ୍ରୀ ନରେନ୍ଦ୍ର ସିଂ ତୋମାର ସୂଚନା ଦେଇଛନ୍ତି । ବାଜରା, ହରଡ଼ ଓ ବିରିର ବି ସର୍ମନିମ୍ନ ସହାୟକ ମୂଲ୍ୟକୁ ବୃଦ୍ଧି କରାଯାଇଛି ।