ବିଜେପୁରରୁ ପ୍ରାର୍ଥୀପତ୍ର ଦାଖଲ କଲେ ନବୀନ

0 607

ଭୁବନେଶ୍ୱର :ବରଗଡ ଜିଲ୍ଲା ଅନ୍ତର୍ଗତ ବିଜେପୁର ନିର୍ବାଚନ ମଣ୍ଡଳୀରୁ ବିଜୁ ଜନତା ଦଳର ରାଜ୍ୟ ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ପ୍ରାର୍ଥୀପତ୍ର ଦାଖଲ କରିଛନ୍ତି । ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ଅପରାହ୍ନ ସାଢେ ଗୋଟାଏରେ ପଦ୍ମପୁର ସ୍ଥିତ ଶକ୍ତିଭଟା ଏୟାରଷ୍ଟ୍ରିପ୍ରେ ପହଞ୍ଚିବା ପରେ ପଦ୍ମପୁର ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟକୁ ଯାଇଥିଲେ । ଏୟାରଷ୍ଟ୍ରିପ ଓ ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ନିକଟରେ ପଶ୍ଚିମଓଡିଶାର ବହୁ ହେଭିୱେଟ ନେତାମାନେ ମୁଖ୍ୟମନ୍ତ୍ରୀଙ୍କୁ ସ୍ୱାଗତ କରି ଫୁଲତୋଡା ପ୍ରଦାନ କରିଥିଲେ । ଉଲ୍ଲେଖଯୋଗ୍ୟ ଏହା ପୂର୍ବରୁ ଶ୍ରୀ ପଟ୍ଟନାୟକ ଗଞ୍ଜାମ ଜିଲ୍ଲା ଅନ୍ତର୍ଗତ ହିଞ୍ଜିଳି ବିଧାନସଭା କ୍ଷେତ୍ରରୁ ପ୍ରାର୍ଥୀପତ୍ର ଦାଖଲ କରିଥିଲେ ।

hiranchal ad1
Leave A Reply

Your email address will not be published.

16 + twelve =