ମେ ୧୦ରେ ଝାରସୁଗୁଡ଼ା ଉପନିର୍ବାଚନ

0 80

ଭୁବନେଶ୍ୱର: ପୂର୍ବତନ ସ୍ୱାସ୍ଥ୍ୟମନ୍ତ୍ରୀ ନବ ଦାସଙ୍କ ମୃତ୍ୟୁ ପରେ ଖାଲିପଡ଼ିଥିବା ଝାରସୁଗୁଡ଼ା ବିଧାନସଭା ଆସନ ପାଇଁ ଉପନିର୍ବାଚନ ହେବାକୁ ଯାଉଛି । ଆସନ୍ତା ମଇ ୧୦ରେ ଏନେଇ ଉପନିର୍ବାଚନ ହେବ । ଏନେଇ ଆଜି ନୂଆଦିଲ୍ଲୀରେ ଆୟୋଜିତ ଏକ ସାମ୍ବାଦିକ ସମ୍ମିଳନୀରେ ମୁଖ୍ୟ ନିର୍ବାଚନ କମିଶନର ରାଜୀବ କୁମାର ସୂଚନା ଦେଇଛନ୍ତି । 

hiring

 ମୁଖ୍ୟ ନିର୍ବାଚନ କମିଶନର ରାଜୀବ କୁମାରଙ୍କ ସୂଚନା ଅନୁଯାୟୀ ଝାରସୁଗୁଡ଼ା ଉପନିର୍ବାଚନ ପାଇଁ ଏପ୍ରିଲ ୧୩ ତାରିଖରେ ବିଜ୍ଞପ୍ତି ପ୍ରକାଶ ପାଇବ ।  ସେହିପରି ଏପ୍ରିଲ ୨୦ ପର୍ଯ୍ୟନ୍ତ ପ୍ରାର୍ଥିପତ୍ର ଦାଖଲ କରାଯିବ ।  ତେବେ ଆଗକୁ ୨୦୨୪ ନିର୍ବାଚନ ।  ୨୧ ତାରିଖରେ ପ୍ରାର୍ଥିପତ୍ର  ଯାଞ୍ଚ କରାଯିବାକୁ ଥିବାବେଳେ ୨୪ ତାରିଖ ପର୍ଯ୍ୟନ୍ତ ନାମାଙ୍କନ ପ୍ରତ୍ୟାହାର କରିହେବ ।  ମେ ୧୦ରେ ଭୋଟ ଗ୍ରହଣ ହେବାକୁ ଥିବାବେଳେ ମେ ୧୩ରେ ଭୋଟ ଗଣତି କରାଯିବା ନେଇ ଦିନ ଧାର୍ଯ୍ୟ କରାଯାଇଛି । 

hiranchal ad1
Leave A Reply

Your email address will not be published.

fourteen − 3 =