କେନ୍ଦ୍ର ଖାଉଟି ବ୍ୟାପାର ମନ୍ତ୍ରୀ ପିୟୂଷ ଗୋଏଲଙ୍କୁ ଭେଟିଲେ ବିଜେପି ପ୍ରତିନିଧି ମଣ୍ଡଳ

0 73

ନୂଆଦିଲ୍ଲୀ/ଭୁବନେଶ୍ୱର: କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ନେତୃତ୍ୱରେ ଓଡ଼ିଶା ବିଜେପିର ଏକ ପ୍ରତିନିଧି ମଣ୍ଡଳି ବୁଧବାର କେନ୍ଦ୍ର ଖାଉଟି ବ୍ୟାପାର, ଖାଦ୍ୟ ଓ ସାଧାରଣ ବଂଟନ ମନ୍ତ୍ରୀ ପିୟୂଷ ଗୋଏଲଙ୍କୁ ଭେଟି ଓଡ଼ିଶାରେ ଧାନ ସଂଗ୍ରହରେ ରାଜ୍ୟ ସରକାରଙ୍କ ଦ୍ୱାରା ହୋଇଥିବା ଦୁର୍ନୀତି ଏବଂ ଅବ୍ୟବସ୍ଥାକୁ ରୋକିବା ପାଇଁ ନିର୍ଦ୍ଦେଶ ଦେବାକୁ ବ୍ୟକ୍ତିଗତ ହସ୍ତକ୍ଷେପ ଲୋଡ଼ିଛନ୍ତି । ଏହି ପ୍ରତିନିଧି ମଣ୍ଡଳୀରେ ଶ୍ରୀ ପ୍ରଧାନଙ୍କ ସମେତ କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ, ସାଂସଦ ପ୍ରତାପ ଷଡଙ୍ଗୀ, ବସନ୍ତ ପଣ୍ଡା, ନିତେଶ ଗଙ୍ଗଦେବ, ସଙ୍ଗୀତା ସିଂହଦେଓ, ଅପରାଜିତା ଷଡଙ୍ଗୀ, ପୂର୍ବତନ ସାଂସଦ ତଥା ରାଜ୍ୟ ବିଜେପି ଉପସଭାପତି ବଳଭଦ୍ର ମାଝୀ ଓ ରାଜ୍ୟ କୃଷକ ମୋର୍ଚ୍ଚା ସଭାପତି ପ୍ରଦୀପ ପୁରୋହିତ ପ୍ରମୁଖ ଉପସ୍ଥିତ ଥିଲେ ।

hiranchal ad1
Leave A Reply

Your email address will not be published.

11 + eighteen =