ସିଏମଓ ଅଫିସରଙ୍କୁ ବିଭାଗ ବାଣ୍ଟିଲେ ମୁଖ୍ୟମନ୍ତ୍ରୀ

0 21

ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀଙ୍କ କାର୍ୟ୍ୟାଳୟରେ କାର୍ୟ୍ୟରତ ଅଫିସରମାନଙ୍କୁ ବିଭିନ୍ନ ବିଭାଗ ବଣ୍ଟନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ସୂଚନା ଅନୁଜାଇ, ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ମୁଖ୍ୟ ସଚିବ ନିକୁଞ୍ଜ ବିହାରୀ ଧଳଙ୍କୁ ଗୃହ, ଅର୍ଥ, ସାଧାରଣ ପ୍ରଶାସନ, ଶିଳ୍ପ, ଆଇନ, ଯୋଜନା ଓ ସଂଯୋଜନ ଏବଂ ପର୍ୟ୍ୟଟନ ବିଭାଗର ଦାୟିତ୍ୱ ଆବଣ୍ଟନ କରିବା ସହ ବ୍ୟକ୍ତିଗତ ସଚିବ ଅରିନ୍ଦମ ଡାକୁଆଙ୍କୁ ପଞ୍ଚାୟତିରାଜ ଓ ପାନୀୟ ଜଳ, ଜଳସମ୍ପଦ, ଜଙ୍ଗଲ ଓ ପରିବେଶ, ପୂର୍ତ୍ତ, ବାଣିଜ୍ୟ ଓ ପରିବହନ, ଶକ୍ତି, ଇସ୍ପାତ ଓ ଖଣି, ଓଡ଼ିଆ ଭାଷା ସାହିତ୍ୟ ଓ ସଂସ୍କୃତି, ହସ୍ତତନ୍ତ ଓ ବୟନଶିଳ୍ପ ଏବଂ ସାଧାରଣ ଉଦ୍ୟୋଗ ବିଭାଗର ଦାୟିତ୍ୱ ଦିଆଯାଇଛି । ଏଥିସହିତ ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ସଚିବ ଅନୁପମ ଶାହଙ୍କୁ ରାଜସ୍ୱ ଓ ବିପର୍ୟ୍ୟୟ ପ୍ରଶମନ, ସୂଚନା ଓ ଲୋକସମ୍ପର୍କ, ସ୍କୁଲ ଓ ଗଣଶିକ୍ଷା , ଉଚ୍ଚଶିକ୍ଷା, ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ଏବଂ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ, ଏମଏସଏମଇ, ଆଇଟି, ଅନୁସୂଚିତ ଜାତି ଓ ଜନଜାତି, ବିଜ୍ଞାନ ଓ ପ୍ରଯୁକ୍ତିବିଦ୍ୟା, କ୍ରୀଡ଼ା ଓ ଯୁବବ୍ୟାପାର ବିଭାଗର ଦାୟିତ୍ୱ ନ୍ୟସ୍ତ ହୋଇଛି ଓ ଅବସରପ୍ରାପ୍ତ ବରିଷ୍ଠ ଓଏଏସ୍ ପ୍ରସନ୍ନ କୁମାର ଷଡ଼ଙ୍ଗୀଙ୍କୁ ଗୃହନିର୍ମାଣ ଓ ନଗର ଉନ୍ନୟନ, ଗ୍ରାମ୍ୟ ଉନ୍ନୟନ, ସଂସଦୀୟ ବ୍ୟାପାର, ଶ୍ରମ ଓ ନିଯୁକ୍ତି, ଅବକାରୀ ବିଭାଗ ମିଳିଛି । ମୁଖ୍ୟମନ୍ତ୍ରୀଙ୍କ କାର୍ୟ୍ୟାଳୟରେ ଜଣେ ଅବସରପ୍ରାପ୍ତ ଅଫିସରଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଓଏସଡି ଭାବେ ନିଯୁକ୍ତି ମିଳିଥିବା ନେଇ ମଧ୍ୟ ଚର୍ଚ୍ଚା ଲାଗିରାହିଛି। ସେହିପରି ବରିଷ୍ଠ ଓଏଏସ୍ ଚିତ୍ରସେନ ରାଉତଙ୍କୁ କୃଷି ଓ କୃଷକ କଲ୍ୟାଣ, ମତ୍ସ୍ୟ ଓ ପଶୁସମ୍ପଦ, ଖାଦ୍ୟଯୋଗାଣ ଓ ଖାଉଟି କଲ୍ୟାଣ, ସମବାୟ ବିଭାଗ ମିଳିଥିବାବେଳେ ଓଏଫଏସ୍ ଅଫିସର ଉମେଶ ଚନ୍ଦ୍ର ତ୍ରିପାଠୀଙ୍କୁ ମହିଳା ଓ ଶିଶୁ ବିକାଶ, ମିଶନ ଶକ୍ତି, ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ ଦାୟିତ୍ୱ ନ୍ୟସ୍ତ ହୋଇଥିବା ଜଣାପଡ଼ିଛି।

hiring

hiranchal ad1
Leave A Reply

Your email address will not be published.

one × two =