ସୁଭଦ୍ରା ରଥର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

0 38

ଭୁବନେଶ୍ୱର : ସୁଭଦ୍ରା ଯୋଜନା ସମ୍ପର୍କରେ ସଚେତନତା ସୃଷ୍ଟି ଉଦ୍ଦେଶ୍ୟରେ ଆଜି ଠାରୁ ରାଜ୍ୟରେ ଗଡ଼ିଛି ସୁଭଦ୍ରା ରଥ । ଭୁବନେଶ୍ୱର ମହାତ୍ମା ଗାନ୍ଧୀ ମାର୍ଗରେ ସୁଭଦ୍ରା ସଚେତନତା ରଥର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା, ଏକାମ୍ର ବିଧାୟକ ବାବୁ ସିଂହ, ମେୟର୍ ସୁଲୋଚନା ଦାସ ଓ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା ପ୍ରମୁଖ ଉପସ୍ଥିତିରେ ଏହାର ଶୁଭାରମ୍ଭ ହୋଇଛି । ସେହିପରି ବିଭିନ୍ନ ଜିଲ୍ଲାରେ ଜିଲ୍ଲାପାଳଙ୍କ ଅଫିସରେ ମଧ୍ୟ ସୁଭଦ୍ରା ରଥର ଶୁଭାରମ୍ଭ କରାଯାଇଛି ।

hiring

ସେପ୍ଟେମ୍ବର ୭ରୁ ୧୬ ତାରିଖ ପର୍ଯ୍ୟନ୍ତ ଏହି ରଥ ରାଜ୍ୟର ବିଭିନ୍ନ ଜିଲ୍ଲା ବୁଲିବ । ଏହି ସଚେତନତା ଭ୍ୟାନ ପରିକ୍ରମା ପାଇଁ ବ୍ଳକ, ଜିଲ୍ଲା ସହିତ କେବଳ ଭ୍ୟାନ ପାଇଁ ଜଣେ ଜଣେ ନୋଡାଲ ଅଧିକାରୀ ଦାୟିତ୍ୱରେ ରହିବେ । କେନ୍ଦ୍ରଗୁଡ଼ିକ ଯେପରି ଶୃଙ୍ଖଳିତ ଭାବେ ପରିଚାଳିତ ହେବ, ଅତ୍ୟଧିକ ଜନଗହଳି ହେବ ନାହିଁ, ସେଥିପ୍ରତି ଦୃଷ୍ଟି ଦିଆଯାଇଛି ।

ସେପ୍ଟେମ୍ବର ୧୭ ତାରିଖରେ ଏହି ଯୋଜନାର ପ୍ରଥମ କିସ୍ତି ହିତାଧିକାରୀଙ୍କୁ ପ୍ରଦାନ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ଆବେଦନ କରିବାକୁ ପର୍ଯ୍ୟାପ୍ତ ପରିମାଣରେ ସମୟ ଦିଆଯିବ ।

hiranchal ad1
Leave A Reply

Your email address will not be published.

2 + 4 =