ଭୁବନେଶ୍ୱରରେ ପହଞ୍ଚିଲେ ୨ ଦେଶର ଖେଳାଳି

0 82

ଭୁବନେଶ୍ୱର: ଭୁବନେଶ୍ୱର ପହଞ୍ଚିସାରିଛନ୍ତି ଭାରତ ଓ ଦକ୍ଷିଣ ଆଫ୍ରିକା ଖେଳାଳି । ବିମାନବନ୍ଦରରେ ପହଞ୍ଚିବା ପରେ କଡା ସୁରକ୍ଷା ମଧ୍ୟରେ ବସ ଯୋଗେ ହୋଟେଲ ପହଞ୍ଚିଛନ୍ତି ଉଭୟ ଦଳର ଖେଳାଳି । ମେ ଫେୟାର ଫାଟକ ସମ୍ମୁଖରେ ଓଡିଆ ପରଂପରାରେ ଉଭୟ ଦଳର ଖେଳାଳିଙ୍କୁ ଭବ୍ୟ ସ୍ୱାଗତ କରାଯାଇଥିଲା । ଖେଳାଳିଙ୍କ ସୁରକ୍ଷା ପାଇଁ ବ୍ୟାପକ ବ୍ୟବସ୍ଥା କରାଯାଇଛି । ତେବେ ଆଉ ଦିନକ ପରେ ବାରବାଟୀରେ ଅଛି ଟି୨୦ ମ୍ୟାଚ, ଯେଉଁଥିପାଇଁ ଉଭୟ ଟିମ୍ ଆଜି ଭୁବନେଶ୍ୱରରେ ପହଞ୍ଚିଛନ୍ତି । ୧୨ରେ ବାରବାଟୀରେ ଭାରତ-ଦ.ଆଫ୍ରିକା ଦ୍ୱିତୀୟ ଟି୨୦ ମ୍ୟାଚ୍ ହେବ । ସେହିପରି ଭାରତୀୟ ପ୍ଲେୟାରଙ୍କୁ ଅଏଲ ଫ୍ରି ଏବଂ ଫ୍ୟାଟ୍ ଫ୍ରି ଖାଦ୍ୟ ପରସିବା ପାଇଁ ବିସିସିଆଇରୁ ଅର୍ଡର ଆସିଛି । ଦକ୍ଷିଣ ଆଫ୍ରିକା ଖେଳାଳିଙ୍କ ପାଇଁ କଣ୍ଟିନେଣ୍ଟାଲ ଖାଦ୍ୟର ବ୍ୟବସ୍ଥା କରାଯାଇଛି । ଦୁଇ ଦେଶର ପ୍ଲେୟାର ୧୦ ତାରିଖରେ ଭୁବନେଶ୍ବରରେ ପହଞ୍ଚି ରେଷ୍ଟ ନେବେ । ୧୧ ତାରିଖରେ ବାରବାଟୀରେ ପ୍ରାକ୍ଟିସ କରିବେ । ୧୨ରେ ମ୍ୟାଚ୍ ଏବଂ ୧୩ ତାରିଖ ୧୧ଟା ସୁଦ୍ଧା ଖେଳାଳିମାନେ ଦିଲ୍ଲୀ ଫେରିଯିବେ ବୋଲି ସୂଚନା ମିଳିଛି ।

hiranchal ad1
Leave A Reply

Your email address will not be published.

thirteen − three =