ଆସନ୍ତାକାଲିଠାରୁ ଆରମ୍ଭ ହେବ ଶ୍ରୀମନ୍ଦିର ପରିକ୍ରମା ମାର୍ଗ ନିର୍ମାଣ ଭିତ୍ତି ପ୍ରସ୍ଥର ସ୍ଥାପନ ନେଇ ସ୍ୱତନ୍ତ୍ର ପୂଜାର୍ଚ୍ଚନା

0 90

ପୁରୀ : ଆସନ୍ତାକାଲିଠାରୁ ପୁରୀରେ ଅନୁଷ୍ଠିତ ହେବ ଶ୍ରୀମନ୍ଦିର ପରିକ୍ରମା ମାର୍ଗ ନିର୍ମାଣ ଭିତ୍ତି ପ୍ରସ୍ଥର ସ୍ଥାପନ ନେଇ ସ୍ୱତନ୍ତ୍ର ପୂଜାର୍ଚ୍ଚନା । ଏନେଇ ଯଜ୍ଞ ମଣ୍ଡପ ନିର୍ମାଣ କାର୍ଯ୍ୟ ଶେଷ ପର୍ଯ୍ୟାୟରେ ପହଞ୍ଚି ଥିବାବେଳେ ୩ ଦିନ ଧରି ଯଜ୍ଞ ଓ ୨୪ ତାରିଖ ଦିନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଯଜ୍ଞ ପୂର୍ଣ୍ଣାହୁତି କାର୍ଯ୍ୟକ୍ରମରେ ଯୋଗଦାନ ଦେବାର କାର୍ଯ୍ୟକ୍ରମ ରହିଥିବାରୁ ଏବେ ପ୍ରସ୍ତୁତି ଜୋରସୋରରେ ଆଗେଇ ଚାଲିଛି । ଏହି ଯଜ୍ଞ ଓ ପୂଜାର୍ଚ୍ଚନା ପାଇଁ ଗଜପତି ଦିବ୍ୟସିଂହ ଦେବଙ୍କ ଦ୍ୱାରା ଆଜି ଶ୍ରୀନହର ଗୁଆ ଟେକା ନୀତି ଅନୁଷ୍ଠିତ ହୋଇଛି । ରାଜଗୁରୁ, ଶ୍ରୋତ୍ରୀୟ ବ୍ରାହ୍ମଣ, ଜିଲ୍ଲାପାଳ, ଶ୍ରୀମନ୍ଦିର ନୀତି ପ୍ରଶାସକ ଏହି କାର୍ଯ୍ୟକ୍ରମରେ ଉପସ୍ଥିତ ଥିଲେ । ଆଜି ଅଧିବାସ ପରେ ଯଜ୍ଞସ୍ଥଳରେ ଅଙ୍କୁରାରୋପଣ ଅନୁଷ୍ଠିତ ହେବ । ଆସନ୍ତାକାଲିଠାରୁ ଯଜ୍ଞ ଅନୁଷ୍ଠିତ ହେବାକୁ ଥିବା ବେଳେ ୨୪ ତାରିଖ ସକାଳ ୧୦ ଟା ୧୨ ରୁ ୧୦ ଟା ୨୦ ମଧ୍ୟରେ ଶୁଭ ମହୁରତରେ ଗଜପତି ମହାରାଜା ଶିଳାନ୍ୟାସ କରିବେ । ଏହି ସମୟରେ ମୁଖ୍ୟମନ୍ତ୍ରୀ ଉପସ୍ଥିତ ରହିବା ସହ ଯଜ୍ଞାର ପୂର୍ଣାହୁତିରେ ଯୋଗ ଦେବେ ।

hiranchal ad1
Leave A Reply

Your email address will not be published.

five − 2 =