ଇତିହାସ ରଚିଲେ ଭାବିନାବେନ, ପାରାଅଲିମ୍ପିକ୍ସରେ ଜିତିଲେ ରୌପ୍ୟ

0 77

ଟୋକିଓ: ଇତିହାସ ରଚିଲେ ଭାରତର ଭାବିନାବେନ୍ ପଟେଲ୍‌। ଟୋକିଓରେ ଚାଲିଥିବା ପାରାଲିମ୍ପିକ୍ସରେ ସେ ରବିବାର ରୌପ୍ୟ ପଦକ ଜିତି ଇତିହାସ ରଚିଛନ୍ତି। ପାରାଲିମ୍ପିକ୍ସରେ ପଦକ ଜିତିବାରେ ସେ ହେଉଛନ୍ତି ଦ୍ୱିତୀୟ ଭାରତୀୟ ମହିଳା। ସେହିପରି ପାରାଲିମ୍ପିକ୍ସରେ ଟେବୁଲ ଟେନିସ୍‌ରେ ପଦକ ଜିତିବାରେ ସେ ବନି ଯାଇଛନ୍ତି ପ୍ରଥମ ଭାରତୀୟ। ଆଜି ଖେଳା ଯାଇଥିବା ଫାଇନାଲ୍ ମ୍ୟାଚ୍‌ରେ ଭାବିନା ବିଶ୍ୱର ନମ୍ବର ୧ ଖେଳାଳି ଚୀନ୍‌ର ଝୋଉ ୟିଙ୍ଗଙ୍କ ଠାରୁ ପରାସ୍ତ ହୋଇଯାଇଥିଲେ। ସେ ୦-୩ (୭-୧୧, ୫-୧୧, ୬-୧୧)ରେ ତାଙ୍କର ଚୀନ୍ ପ୍ରତିଦ୍ୱନ୍ଦ୍ୱୀଙ୍କ ଠାରୁ ହାରି ଯାଇଥିଲେ।ଭାବିନା ପ୍ରଥମ ଥର ପାଇଁ ପାରାଲିମ୍ପିକ୍ସରେ ଭାଗ ନେଇଥିଲେ ଓ ଏଥିରେ ତାଙ୍କୁ ପଦକ ମିଳିଛି। ଅନ୍ୟପକ୍ଷରେ ଚୀନର ଝୋଉ ୟିଙ୍ଗ ଷଷ୍ଠ ଥର ପାଇଁ ପାରାଲିମ୍ପିକ୍ସରେ ସ୍ୱର୍ଣ୍ଣ ପଦକ ହାସଲ କରିଛନ୍ତି।

hiranchal ad1
Leave A Reply

Your email address will not be published.

5 × three =