କାଳବୈଶାଖା ସମ୍ଭାବନା ଜାରିହେଲା ଅରେଞ୍ଜ୍ ୱାର୍ଣ୍ଣିଂ

0 824

ଭୁବନେଶ୍ୱର : ଆସନ୍ତା ୪୮ ଘଣ୍ଟା ମଧ୍ୟରେ ରାଜ୍ୟରେ କାଳବୈଶାଖୀ ସମ୍ଭାବନା ଦେଖାଯାଇପାରେ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ଏହି ସମୟରେ ୪୫ରୁ ୫୫ କିମି ବେଗରେ ପବନ ବୋହିବା ସହିତ ଝଡ଼ତୋଫାନ ସ୍ଥିତି ସୃଷ୍ଟି ହେବ । ଏଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ପାଣିପାଗ କେନ୍ଦ୍ରର ପୂର୍ବାନୁମାନଯାୟୀ ଭଦ୍ରକ, ବାଲେଶ୍ୱର, ଯାଜପୁର, ମୟୁରଭଂଜ, ଢେଙ୍କାନାଳ, ଗଂଜାମ, ଗଜପତି, ରାୟଗଡ଼ା, କୋରାପୁଟ ଆଦି ଜିଲ୍ଲାରେ ବିଜୁଳି ସହ ଘଡ଼ଘଡ଼ି ବର୍ଷା ହେବ । ଏହି ସମୟରେ ୩୦ରୁ ୪୦ କିମି ବେଗରେ ପବନ ବୋହିବ । ସେହିଭଳି ଆସନ୍ତାକାଲି ମୟୂରଭଂଜ, ଢେଙ୍କାନାଳ, ଭଦ୍ରକ, ବାଲେଶ୍ୱର, ଯାଜପୁର, କନ୍ଧମାଳ, କେନ୍ଦୁଝର ଓ ବଲାଙ୍ଗୀର ଜିଲ୍ଲାରେ ୪୫ରୁ ୫୫ କିମି ବେଗରେ ପବନ ବୋହିବା ସହିତ କୁଆପଥର ବର୍ଷା ହୋଇପାରେ । ସେହିପରି, ଆସନ୍ତାକାଲି ମଧ୍ୟ ଅନୁଗୁଳ, ଢେଙ୍କାନାଳ, ସୋନପୁର, ବୌଦ୍ଧ, ନୟାଗଡ଼, କଟକ, ରାୟଗଡ଼ା, ଗଜପତି, ଗଂଜାମ, କଳାହାଣ୍ଡି ଜିଲ୍ଲାରେ ଘଡ଼ଘଡ଼ି ସହିତ ବର୍ଷା ହେବ । ୪୦ରୁ ୫୦ କିମି ବେଗରେ ପବନ ବୋହିବ । ୨୨ ତାରିଖରେ ଭଦ୍ରକ, ବାଲେଶ୍ୱର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ଅନୁଗୁଳ, ମୟୂରଭଂଜ ଓ କେନ୍ଦୁଝର ଆଦି ଜିଲ୍ଲାରେ ୩୦ରୁ ୪୦ କିମି ବେଗରେ ପବନ ବୋହିବା ସହିତ କାଳବୈଶାଖୀ ହେବାର ସମ୍ଭାବନା ଅଛି । ଏହି କାରଣରୁ ଏହି ସମସ୍ତ ଜିଲ୍ଲାଗୁଡ଼ିକୁ ୟେଲୋ ୱାର୍ଣ୍ଣିଂ ଦିଆଯାଇଛି ।

hiranchal ad1
Leave A Reply

Your email address will not be published.

two × 2 =