ତିନି ଦିନ ଭକ୍ତଙ୍କ ପାଇଁ ବନ୍ଦ ରହିବ ଶ୍ରୀମନ୍ଦିର

0 31

ପୁରୀ : ଆଜିଠାରୁ ତିନି ଦିନ ଭକ୍ତଙ୍କ ପାଇଁ ବନ୍ଦ ରହିବ ଶ୍ରୀମନ୍ଦିର । ଗଣେଶ ପୂଜା ଥିବାରୁ ଶ୍ରୀମନ୍ଦିର ଭକ୍ତଙ୍କ ପାଇଁ ବନ୍ଦ ରଖାଯାଇଛି । ଏନେଇ ମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି । ସେପଟେ ପୂର୍ବ ଏସଓପି ଅନୁଯାୟୀ ଶନିବାର ଓ ରବିବାର ବି ଶ୍ରୀମନ୍ଦିରରେ ସାଧାରଣ ଦର୍ଶନ ବନ୍ଦ ରହିବ । ଆଜି ଠାରୁ ତିନିଦିନ ଶ୍ରୀମନ୍ଦିର ବନ୍ଦ ରହିବା ପରେ ସୋମବାର ଠାରୁ ଭକ୍ତମାନେ ପରିବର୍ତ୍ତିତ ନୂଆ ଏସଓପି ଅନୁସାରେ ଦର୍ଶନ କରିବେ । ନୂଆ ଏସଓପି ଅନୁସାରେ କେବଳ ରବିବାର ଶ୍ରୀମନ୍ଦିରରେ ଦର୍ଶନ ବନ୍ଦ ରହିବ । ରବିବାର ଶ୍ରୀମନ୍ଦିରକୁ ସାନିଟାଇଜ କରାଯିବ । ବାକି ୬ ଦିନ ଭକ୍ତମାନେ ମହାପ୍ରଭୁଙ୍କୁ ଦର୍ଶନ କରିପାରିବେ । ସକାଳ ୭ଟାରୁ ରାତି ୯ଟା ଯାଏଁ ଭକ୍ତଙ୍କ ପାଇଁ ମନ୍ଦିର ଖୋଲା ରହିବ ।  ସେହିପରି ଶ୍ରୀମନ୍ଦିର ପରିସରରେ ମହାପ୍ରସାଦ ସେବନ ଉପରେ ଲାଗିଥିବା କଟକଣାକୁ ହଟାଇ ଦିଆଯାଇଛି । ସୋମବାର ଠାରୁ ଭକ୍ତମାନେ ଆନନ୍ଦବଜାରରେ ବସି ପରିବାର ସହିତ ମହାପ୍ରସାଦ ସେବନ କରିପାରିବେ । ଏହାସହିତ ମହାପ୍ରଭୁଙ୍କ ପାଇଁ ଫୁଲ, ଦୀପ, ଧୂପ ନେଇ ଶ୍ରୀମନ୍ଦିର ଭିତରକୁ ପ୍ରବେଶ କରିପାରିବେ । 

hiranchal ad1
Leave A Reply

Your email address will not be published.

2 × 4 =