ନନ୍ଦାହାଣ୍ଡି ବ୍ଲକ୍‌ ସ୍ତରୀୟ ଅଭିଯୋଗ ଶୁଣାଣୀ ଶିବିର

0 70

ନନ୍ଦାହାଣ୍ଡି : ନନ୍ଦାହାଣ୍ଡି ପଞ୍ଚାୟତ ସମିତି କାର୍ଯ୍ୟାଳୟରେ ସୋମବାର ଦିନ ବ୍ଲକ୍‌ ସ୍ତରୀୟ ଅଭିଯୋଗ ଶୁଣାଣୀ ଶିବିର ଅନୁଷ୍ଠିତ ହୋଇଛି । ଏଥିରେ ନନ୍ଦାହାଣ୍ଡି ପଞ୍ଚାୟତ ସମିତିର ବିଭିନ୍ନ ଅଞ୍ଚଳରୁ ଜିଲ୍ଲାପାଳଙ୍କୁ ନିଜର ତଥା ନିଜ ଅଞ୍ଚଳର ସମସ୍ୟା ତଥା ଆପତ୍ତି ଅଭିଯୋଗ ଜଣାଇବା ପାଇଁ ଆସିଥିବା ୪୧ ଜଣଙ୍କର ନାମ ପଞ୍ଜିକରଣ କରାଯାଇଥିଲା । ସେଥି ମଧ୍ୟରୁ ୩୬ ଜଣଙ୍କର ବ୍ୟକ୍ତିଗତ ଅଭିଯୋଗ ରହିଥିବାବେଳେ ୫ ଗୋଟି ଗୋଷ୍ଠୀଗତ ଥିଲା । ଜିଲ୍ଲାପାଳଙ୍କ ଅନୁପସ୍ଥିତିରେ ଅତିରିକ୍ତ ଜିଲ୍ଲାପାଳ ଭାସ୍କର ରୋଇତ ଏବଂ ଜିଲ୍ଲା ମୁଖ୍ୟ ଉନ୍ନୟନ ତଥା ଜିଲ୍ଲାପରିଷଦ କାର୍ଯ୍ୟନିର୍ବାହୀ ଅଧିକାରୀ ଅନ୍ୟା ଦାସ ଲୋକଙ୍କ ଅଭିଯୋଗ ଶୁଣାଣି କରିଥିଲେ । ଅଭିଯୋଗରେ ମୁଖ୍ୟତଃ ପାନୀୟଜଳ, ସ୍ୱାସ୍ଥ୍ୟ ସେବା, ରାସ୍ତା ନିର୍ମାଣ, ପ୍ରଧାନମନ୍ତ୍ରୀ ଆବାସ, ବାର୍ଦ୍ଧକ୍ୟ ଭତ୍ତା,ଶିକ୍ଷା, ଜମିଜମା ସମ୍ବନ୍ଧୀୟ ଅଭିଯୋଗ ଥିଲା । ଅତିରିକ୍ତ ଜିଲ୍ଲାପାଳ ଭାସ୍କର ରୋଇତ ଅଭିଯୋଗ ଜଣାଇବା ପାଇଁ ଆସିଥିବା ଲୋକଙ୍କୁ ଭେଟି ତାଙ୍କର ଆପତ୍ତି ଅଭିଯୋଗ ଶୁଣିବା ସହିତ ଏଥି ସମ୍ବନ୍ଧିତ ପତ୍ର ଗ୍ରହଣ କରି ଏହାର ତୁରନ୍ତ ସମାଧାନ ପାଇଁ ଆବଶ୍ୟକ ପଦକ୍ଷେପ ନେବା ପାଇଁ ସଂପୃକ୍ତ ବିଭାଗୀୟ ଅଧିକାରୀ ମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ । ଏହି ଜନ ଶୁଣାଣୀ ଶିବିରରେ ନନ୍ଦାହାଣ୍ଡି ବ୍ଲକ ଅଧ୍ୟକ୍ଷା ରଶ୍ମିତା ମାଝୀ, ଉପାଧ୍ୟକ୍ଷ ସଦନ ଗୌଡ଼, ଗୋଷ୍ଠୀ ଉନ୍ନୟନ ଅଧିକାରୀ ଶିବଶଙ୍କର ମୁର୍ମୁ, ନନ୍ଦାହାଣ୍ଡି ତହସିଲଦାର ବନମାଳୀ ମେହେର, ଭାରପ୍ରାପ୍ତ ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ ଡଃ. ମଳୟ ତ୍ରିପାଠୀ, ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ସୁଧାଂଶୁ ପାତ୍ର, ଜିଲ୍ଲା ସୂଚନା ଓ ଲୋକସଂପର୍କ ଅଧିକାରୀ ହଳଧର ନୀଆଲ୍‌, ଜିଲ୍ଲା ସମାଜ କଲ୍ୟାଣ ଅଧିକାରୀ ସ୍ୱର୍ଣ୍ଣଲତା ବିଶ୍ୱାସ, ଜିଲ୍ଲା ଏବଂ ବ୍ଲକସ୍ତରୀୟ ବିଭିନ୍ନ ବିଭାଗୀୟ ଅଧିକାରୀ,ପଂଚାୟତ ସମିତିର ସମସ୍ତ କର୍ମଚାରୀ ଏବଂ ପୋଲିସ ପ୍ରଶାସନ ପ୍ରମୁଖ ଯୋଗଦେଇଥିଲେ । ଏହି ଅବସରରେ ଜିଲ୍ଲା ସାମାଜିକ ସୁରକ୍ଷା ବିଭାଗ ତରଫରୁ ଜଣେ ଦିବ୍ୟାଙ୍ଗଙ୍କୁ ହୁଇଲ ଚେୟାର ଏବଂ ୧୦ ଜଣଙ୍କୁ ଭିନ୍ନକ୍ଷମ ପ୍ରମାଣପତ୍ର ଯୋଗେଇ ଦିଆଯାଇଥିଲା ।

hiranchal ad1
Leave A Reply

Your email address will not be published.

17 − four =