ଭୁବନେଶ୍ବର: ରାଜ୍ୟସଭା ନିର୍ବାଚନରେ କ୍ରସ୍ ଭୋଟିଂ ଅଭିଯୋଗକୁ ନେଇ ବିଜୁ ଜନତା ଦଳ ପକ୍ଷରୁ ଦାଖଲ କରାଯାଇଥିବା ଅଯୋଗ୍ୟତା ଆବେଦନକୁ ଖାରଜ କରାଯାଇଛି। ଆବେଦନକୁ ଖାରଜ କରାଛନ୍ତି ବିଧାନସଭା ବାଚସ୍ପତି ସୁରମା ପାଢ଼ୀ ।
ଚଳିତ ବର୍ଷ ମାର୍ଚ୍ଚରେ ଅନୁଷ୍ଠିତ ରାଜ୍ୟସଭା ନିର୍ବାଚନ ସମୟରେ କ୍ରସ୍ ଭୋଟିଂ କରିଥିବା ଅଭିଯୋଗରେ ଆଠ ଜଣ ବିଧାୟକଙ୍କ ବିରୋଧରେ ବିଜେଡ଼ି ଏହି ଆବେଦନ ଦାଖଲ କରିଥିଲା । ସୁବାସିନୀ ଜେନା, ସୌଭିକ ବିଶ୍ବାଳ, ଚକ୍ରମଣି କହଁର, ସନାତନ ମହାକୁଡ଼, ନବ କିଶୋର ମଲ୍ଲିକ, ଅରବିନ୍ଦ ମହାପାତ୍ର, ରମାକାନ୍ତ ଭୋଇ ଓ ଦେବୀରଞ୍ଜନ ତ୍ରିପାଠୀଙ୍କ ବିରୋଧରେ କରାଯାଇଥିବା ଅଯୋଗ୍ୟତା ଆବେଦନ ଖାରଜ ହୋଇଛି । ଏଥିସହ କଂଗ୍ରେସର ଆବେଦନକୁ ମଧ୍ୟ ଖାରଜ କରିଛନ୍ତି ବାଚସ୍ପତି । ରାଜ୍ୟସଭା ନିର୍ବାଚନରେ କ୍ରସ୍ ଭୋଟିଂ ପାଇଁ ୩ ବିଧାୟକଙ୍କ ସଦସ୍ୟତା ରଦ୍ଦ ପାଇଁ ବାଚସ୍ପତିଙ୍କ ନିକଟରେ କଂଗ୍ରେସ ଆବେଦନ କରିଥିଲା। ସୋଫିଆ ଫିର୍ଦ୍ଦୋଷ, ରମେଶ ଜେନା, ଦାଶରଥୀ ଗମାଙ୍ଗଙ୍କ ସଦସ୍ୟତା ରଦ୍ଦ ପାଇଁ ଆବେଦନ କରା ଯାଇଥିଲା। ବିଜେଡି ସହ କଂଗ୍ରେସର ଆବେଦନକୁ ମଧ୍ୟ ଖାରଜ କରିଛନ୍ତି ବାଚସ୍ପତି ସୁରମା ପାଢୀ।
