ମମିତା ହତ୍ୟା ମାମଲାରେ ପଦାରେ ପଡିଲା ବିଜେପି ନେତାଙ୍କ ଅସଲ ଚେହେରା: ବିଜେଡି

0 270

ଭୁବନେଶ୍ୱର:

ମମିତା ମେହେର ହତ୍ୟା ମାମଲାକୁ ନେଇ ବିଜେପି ତୁମ୍ବିତୋଫାନ କରିବା ସହିତ ଏଭଳି ଏକ ସମ୍ବେଦନଶୀଳ ମାମଲାରେ ରାଜନୈତିକ ଫାଇଦା ହାସଲ ପାଇଁ ବିଧାନସଭା ଭିତରେ ଓ ବାହାର ନାଟକବାଜି କରୁଛି । ହେଲେ ସେପଟେ ମମିତା ହତ୍ୟା ମାମଲାରେ ମୁଖ୍ୟ ଅଭିଯକ୍ତୁ ଗୋବିନ୍ଦ ସାହୁକୁ ବଞ୍ଚାଇବା ଲାଗି ବିଜେପି ନେତାମାନେ ସାଙ୍ଘାତିକ ଷଡଯନ୍ତ୍ର କରିଛନ୍ତି ବୋଲି କହିଛନ୍ତି ବିଜେଡି ବିଧାୟକ ପ୍ରତାପ ଦେବ ।

ଶ୍ରୀ ଦେବ ଏକ ସାମ୍ବାଦିକ ସମ୍ମିଳନୀରେ କହିଛନ୍ତି ଯେ ଦଳର ଜଣେ ସକ୍ରିୟ ସଦସ୍ୟ ତଥା ଜଣାଶୁଣା ନେତା ମୋହନ ଲାଲ୍‌ ଶର୍ମାଙ୍କୁ କଣ୍ଟାବାଞ୍ଜି ଏଡିଜେ କୋର୍ଟରେ ଗୋବିନ୍ଦ ସପକ୍ଷରେ କେସ୍‌ ଲଢାଉଛନ୍ତି । ଏଥିରୁ ବିଜେପି ନେତାଙ୍କ ଅସଲ ଚେହେରା ପଦାରେ ପଡ଼ିଯାଇଛି । ମମିତାଙ୍କୁ ନ୍ୟାୟ ପାଇଁ ଚିତ୍କାର କରୁଥିବା ବିଜେପି ନେତାମାନେ କେବଳ ଯେ ହୀନ ରାଜନୈତିକ ସ୍ୱାର୍ଥ ହାସଲ ପାଇଁ କୁମ୍ଭୀର କାନ୍ଦଣା କାନ୍ଦୁଛନ୍ତି, ତାହା ଏଥିରୁ ସ୍ପଷ୍ଟ ହୋଇଯାଇଛି ।

hiring

ଏହି ଜଘନ୍ୟ ମାମଲାରେ ଗୋବିନ୍ଦଙ୍କ ଓକିଲ ସାଜିଥିବା ମୋହନ ଲାଲ୍‌ ଶର୍ମା କଣ୍ଟାବାଞ୍ଜିରେ ବିଜେପିର ଜନସମ୍ପର୍କ ଯାତ୍ରାଠୁ ଆରମ୍ଭ କରି ବିଭିନ୍ନ ଦଳୀୟ କାର୍ଯ୍ୟକ୍ରମରେ ସକ୍ରିୟ ଅଂଶଗ୍ରହଣ କରନ୍ତି । ୨୦୧୯ ନିର୍ବାଚନରେ କଣ୍ଟାବାଞ୍ଜିରୁ ବିଜେପି ପ୍ରାର୍ଥୀ ହେବା ଲାଗି ମଧ୍ୟ ସେ ଦୌଡ଼ରେ ଥିଲେ । ଏହାଛଡ଼ା କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ରାଜ୍ୟ ବିଜେପିର ପୂର୍ବତନ ସଭାପତି ବସନ୍ତ ପଣ୍ଡା ଏବଂ ଦଳର ଅନ୍ୟ ବରିଷ୍ଠ ନେତାଙ୍କର ଘନିଷ୍ଠ ଭାବେ ସେ ବେଶ୍‌ ଜଣାଶୁଣା ।

ତାଙ୍କ ଭଳି ଦଳର ଜଣେ ସକ୍ରିୟ ନେତାଙ୍କୁ ଜହ୍ଲାଦ ଗୋବିନ୍ଦ ସାହୁକୁ ବଞ୍ଚାଇବା ଲାଗି ବିଜେପିର ବରିଷ୍ଠ ନେତାମାନେ ନିୟୋଜିତ କରିବା ପଛରେ ଯେ ଏକ ବଡ଼ ଷଡଯନ୍ତ୍ର ରହିଛି, ତାହା ଜଳଜଳ ହୋଇ ଦିଶୁଥିବା ଶ୍ରୀ ଦେବ କହିଛନ୍ତି । ମମିତା ହତ୍ୟା ମାମଲାରେ ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କ ସଂପୃକ୍ତି ରହିଛି ବୋଲି ଅଭିଯୋଗ କରୁଥିବା ବିଜେପି ସେ ବାବଦରେ କୌଣସି ପ୍ରମାଣ ଦେଇପାରୁ ନାହିଁ । ଅଥଚ ଅଭିଯୁକ୍ତ ଗୋବିନ୍ଦକୁ ଫାଶୀଦଣ୍ଡରୁ ରକ୍ଷା କରିବାକୁ ପ୍ରମାଣ ଯୋଗାଡ଼ କରି ତଦନ୍ତକୁ ଦିଗହରା କରିବାକୁ ବିଜେପି ଅପଚେଷ୍ଟା କରୁଛି ।

ପୂର୍ବରୁ ନୟାଗଡ଼ ପରୀ ହତ୍ୟା ମାମଲାରେ ମଧ୍ୟ ବିଜେପି ନେତାମାନେ ଏହି ଭଳି ହୀନ ରାଜନୀତି କରିଥିଲେ । ଏସ୍‌ଆଇଟି ତଦନ୍ତରୁ ଅଭିଯୁକ୍ତ ଧରା ପଡ଼ିଯିବା ପରେ ମାନ୍ୟବର ହାଇକୋର୍ଟ ତଦନ୍ତରେ ସନ୍ତୋଷ ପ୍ରକାଶ କରିଥିଲେ । ମାତ୍ର ରାଜନୈତିକ ସ୍ୱାର୍ଥ ଲାଗି ଅଭିଯୁକ୍ତକୁ ବଞ୍ଚାଇବାକୁ ସେତେବେଳେ କୋର୍ଟରେ ବଡ଼ ଓକିଲଙ୍କୁ କିଏ ନିଯୁକ୍ତ କରିଥିଲା ବୋଲି ଶ୍ରୀ ଦେବ ପ୍ରଶ୍ନ କରିଛନ୍ତି ।

ବାରମ୍ବାର ଏମିତି ଶବ ଉପରେ ବିଜେପି ରାଜନୀତି କରୁଥିଲା ବୋଲି ସମସ୍ତେ ଜାଣିଥିଲେ । ମାତ୍ର ଏବେ ଅଭିଯୁକ୍ତକୁ ଖସାଇବାକୁ ଷଡ଼ଯନ୍ତ୍ର କରୁଥିବା କଥା ପଦାରେ ପଡିଯିବା ପରେ ବିଜେପି ନେତାଙ୍କ ମୁଖା ଖୋଲିଯାଇଛି । ଏହା ଅତ୍ୟନ୍ତ ଲଜ୍ଜାଜନକ ଓ ନିନ୍ଦନୀୟ ଏବଂ ବିଜେପି ଏ ପାପ କେଉଁଠି ଧୋଇବ ତାହା ଏବେ ରାଜ୍ୟବାସୀ ପ୍ରଶ୍ନ କରୁଥିବା ଶ୍ରୀ ଦେବ କହିଛନ୍ତି ।

hiranchal ad1
Leave A Reply

Your email address will not be published.

six + nineteen =