ଶିକ୍ଷକ ନିଯୁକ୍ତି ପ୍ରକ୍ରିୟାକୁ ସ୍ଥଗିତ ରଖିଲେ ଓପିଏସସି

0 40

କଟକ : ସୁପ୍ରିମକୋର୍ଟଙ୍କ ତାଗିଦ ଏବଂ ବ୍ୟାପକ ହୋ-ହଲ୍ଲା ପରେ ଶିକ୍ଷକ ନିଯୁକ୍ତି ପ୍ରକ୍ରିୟାକୁ ବନ୍ଦ ରଖିଛନ୍ତି ଓଡିଶା ଲୋକସେବା ଆୟୋଗ(ଓପିଏସସି) । ଆୟୋଗ ପକ୍ଷରୁ ଆଜି ଏନେଇ ଏକକାଳୀନ ଦୁଇଟି ନୋଟିସ୍‌ ଜାରି ହୋଇଛି । ଫିଜିକ୍ସରେ ଆସିଷ୍ଟାଣ୍ଟ ପ୍ରଫେସର ପଦବୀ ନିମନ୍ତେ ଆସନ୍ତା ଜୁନ୍‌ ୪ ତାରିଖରେ ହେବାକୁ ଥିବା ସାକ୍ଷାତକାର ପରୀକ୍ଷାକୁ ପରବର୍ତ୍ତୀ ନିର୍ଦ୍ଦେଶ ପର୍ଯ୍ୟନ୍ତ ସ୍ଥଗିତ ରଖାଗଲା ବୋଲି ପ୍ରକାଶିତ ବିଜ୍ଞପ୍ତିରେ କୁହାଯାଇଛି । ସେହିପରି ବାଣିଜ୍ୟରେ ଆସିଷ୍ଟାଣ୍ଟ ପ୍ରଫେସର ପଦବୀ ନିମନ୍ତେ ଜୁନ୍‌ ୬ତାରିଖରେ ହେବାକୁ ଥିବା ଡକ୍ୟୁମେଣ୍ଟ ଯାଂଚ କାର୍ଯ୍ୟକ୍ରମକୁ ମଧ୍ୟ ପରବର୍ତ୍ତୀ ନିର୍ଦ୍ଦେଶ ପର୍ଯ୍ୟନ୍ତ ସ୍ଥଗିତ ରଖାଯାଇଛି । ତେବେ ଆୟୋଗଙ୍କ ପକ୍ଷରୁ ଏହି ନିଯୁକ୍ତି ପ୍ରକ୍ରିୟା ସ୍ଥଗିତ ରଖାଯିବା ସମ୍ପର୍କରେ କିଛି ଆନୁଷ୍ଠାନିକ ସୂଚନା ଦିଆଯାଇନି । ସୂଚନାଯୋଗ୍ୟ, ବିଭିନ୍ନ ବିଷୟରେ ମୋଟ ୬୦୬ଟି ଆସିଷ୍ଟାଣ୍ଟ ପ୍ରଫେସର ପଦବୀ ନିମନ୍ତେ ଓପିଏସସି ପକ୍ଷରୁ ନିଯୁକ୍ତି ପ୍ରକ୍ରିୟା ଆରମ୍ଭ ହୋଇଥିଲା । ଏଥିରୁ କେତେକ ବିଷୟର ପରୀକ୍ଷା ଓ ଡକ୍ୟୁମେଣ୍ଟ ଯାଂଚ ଆଦି ପ୍ରକ୍ରିୟା ଶେଷ ହୋଇ ସାରିଥିବାବେଳେ ଆଜି ବାଣିଜ୍ୟ ଓ ଫିଜିକ୍ସ ବିଷୟରେ ଆସିଷ୍ଟାଣ୍ଟ ପ୍ରଫେସର ପଦବୀରେ ନିଯୁକ୍ତିକୁ ସ୍ଥଗିତ ରଖିବାକୁ ଆୟୋଗ ନିଷ୍ପତ୍ତି ନେଇଛନ୍ତି । ଉଲ୍ଲେଖଯୋଗ୍ୟ ଯେ ନିକଟରେ ଓଡ଼ିଶା ବିଶ୍ୱବିଦ୍ୟାଳୟ ସଂଶୋଧନ ଆଇନ ଉପରେ ସୁପ୍ରିମକୋର୍ଟ ରୋକ୍‌ ଲଗାଇଥିଲେ । ତେବେ କୋର୍ଟଙ୍କ ରହିତାଦେଶ ସତ୍ତେ୍ୱ ଶିକ୍ଷକ ନିଯୁକ୍ତି ପ୍ରକ୍ରିୟା ଜାରି ରହିଥିଲା । ଏ ସଂପର୍କରେ ଅବଗତ ହେବା ପରେ,ନିଯୁକ୍ତି ପ୍ରକ୍ରିୟା ବନ୍ଦ ନହେଲେ ଆଇନଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି କୋର୍ଟ ଚେତାଇ ଦେଇଥିଲେ ।

hiranchal ad1
Leave A Reply

Your email address will not be published.

5 × one =