ଭୁବନେଶ୍ବର: ସରକାରୀ ଚାକିରିରୁ ସ୍ବେଚ୍ଛାକୃତ ଅବସର ନେବା ପରେ ଭି.କେ ପାଣ୍ଡିଆନଙ୍କୁ ମିଳିଛି ନୂଆ ନିଯୁକ୍ତି। ‘୫-ଟି’ ଓ ‘ନବୀନ ଓଡ଼ିଶା’ର ଅଧ୍ୟକ୍ଷ ଭାବେ ଦାୟିତ୍ବ ତୁଲାଇବେ ଭି.କେ ପାଣ୍ଡିଆନ। ତାଙ୍କୁ କ୍ୟାବିନେଟ୍ ମନ୍ତ୍ରୀ ପାହ୍ୟା ମିଳିଛି। ସେ ମୁଖ୍ୟମନ୍ତ୍ରୀଙ୍କ ଅଧୀନରେ କାମ କରିବେ ବୋଲି ଜଣାଯାଇଛି। ଗତକାଲି ତାଙ୍କ ଅବସର ଆବେଦନକୁ କେନ୍ଦ୍ର ସରକାରଙ୍କ ଦ୍ବାରା ଅନୁମୋଦିତ ହେବା ପରେ ରାଜ୍ୟ ସରକାର ଭି.କେ ପାଣ୍ଡିଆନଙ୍କୁ ଏହି ନୁଆ ଦାୟିତ୍ବ ଦେଇଛନ୍ତି। ଏନେଇ ସାଧାରଣ ପ୍ରଶାସନ ଓ ଜନ ଅଭିଯୋଗ ବିଭାଗ ପକ୍ଷରୁ ନିର୍ଦେଶନାମା ଜାରି କରାଯାଇଛି।