ତିରୁଅନନ୍ତପୁରମ୍: କଂଗ୍ରେସର ବରିଷ୍ଠ ନେତା ତଥା କେରଳର ପୂର୍ବତନ ମୁଖ୍ୟମନ୍ତ୍ରୀ ଓମେନ ଚାଣ୍ଡିଙ୍କ ଦେହାନ୍ତ ହୋଇଛି। ମଙ୍ଗଳବାର ଦିନ ତାଙ୍କ ପରିବାର ତଥା କେରଳ କଂଗ୍ରେସ ସଭାପତି କେ ସୁଧାକରନ ଏ ସଂପର୍କରେ ଘୋଷଣା କରିଛନ୍ତି। ମୃତ୍ୟୁ ବେଳକୁ ତାଙ୍କୁ ୭୯ ବର୍ଷ ହୋଇଥିଲା। କେ ସୁଧାକରନ ଏକ ଟ୍ବିଟ୍ ପୋଷ୍ଟ୍ କରି ଲେଖିଛନ୍ତି, ‘ପ୍ରେମର ଶକ୍ତିରେ ସାରା ବିଶ୍ବକୁ ଜୟ କରିଥିବା ଜଣେ ରାଜାଙ୍କ କାହାଣୀର ଦୁଃଖଦ ଅନ୍ତଃ ଘଟିଛି। ସେଭଳି ଜଣେ କିମ୍ବଦନ୍ତୀଙ୍କୁ ହରାଇ ମୁଁ ଗଭୀର ଭାବେ ଦୁଃଖିତ। ସେ ଅସଂଖ୍ୟ ବ୍ୟକ୍ତିବିଶେଷଙ୍କ ଜୀବନକୁ ଛୁଇଁପାରିଛନ୍ତି। ସଦାବେଳେ ସେ ଆମ ଭିତରେ ରହିବେ। ତାଙ୍କ ଅମର ଆତ୍ମାକୁ ଶାନ୍ତି ମିଳୁ (ରିପ୍)।’