ଭୁବନେଶ୍ୱର : ରାଜ୍ୟ ନିର୍ବାଚନ ପାଇଁ ଆରମ୍ଭ ହୋଇଛି ପ୍ରକ୍ରିୟା । ଜାତୀୟ ନିର୍ବାଚନ କମିଶନ ଓଡ଼ିଶା ସମେତ ୧୦ ରାଜ୍ୟମାନଙ୍କର ମୁଖ୍ୟ ନିର୍ବାଚନ ଅଧିକାରୀମାନଙ୍କୁ ରିଟର୍ଣ୍ଣିଂ ଅଫିସର, ସହାୟକ ରିଟର୍ଣ୍ଣିଂ ଅଫିସର, ଭୋଟ୍ ଗ୍ରହଣ ସ୍ଥାନ ଏବଂ ବ୍ୟାଲଟ୍ ବକ୍ସର ପ୍ରକାର ସମ୍ପର୍କରେ ପ୍ରସ୍ତାବ ପଠାଇବାକୁ ନିର୍ଦ୍ଦେଶ ଦେଇଛନ୍ତି ।

ଏହାପରେ ରାଜ୍ୟ ନିର୍ବାଚନ କମିଶନଙ୍କ ପକ୍ଷରୁ ବିଧାନସଭା ସଚିବାଳୟକୁ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରିବାକୁ କୁହାଯାଇଛି । ଚିଠିରେ କୁହାଯାଇଛି ରାଜ୍ୟସଭାରେ ୨୦୨୬ ଏପ୍ରିଲରେ ଅବସର ଗ୍ରହଣ କରୁଥିବା ସଦସ୍ୟମାନଙ୍କ ଯୋଗୁଁ ୧୦ଟି ରାଜ୍ୟରୁ ମୋଟ୍ ୩୭ଟି ଆସନ ଖାଲି ହେବ। ଏହି ଖାଲି ଆସନଗୁଡ଼ିକ ମଧ୍ୟରେ ମହାରାଷ୍ଟ୍ରର ୭ଟି, ଓଡ଼ିଶାରେ ୪ଟି, ତାମିଲନାଡୁରେ ୬ଟି, ପଶ୍ଚିମବଙ୍ଗରେ ୫ଟି, ତେଲଙ୍ଗାନାର ୨ଟି, ଆସାମର ୩ଟି, ବିହାରର ୬ଟି, ଛତିଶଗଡ଼ର ୨ଟି, ହରିୟାଣାର ୨ଟି ଆସନ, ହିମାଚଳ ପ୍ରଦେଶର ଗୋଟିଏ ଆସନ ରହିଛି ।
