ନବୀନ ପଟ୍ଟନାୟକଙ୍କୁ ଜନ୍ମ ଦିନର ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

0 260

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବିରୋଧୀ ଦଳର ନେତା ତଥା ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କୁ ତାଙ୍କର ୮୦ତମ ଜନ୍ମଦିନ ଅବସରରେ ଶୁଭେଚ୍ଛା ଜଣାଇଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କ ଉତ୍ତମ ସ୍ୱାସ୍ଥ୍ୟ, ଦୀର୍ଘାୟୁ ଏବଂ ସୁଖମୟ ଜୀବନ କାମନା କରିଛନ୍ତି।
ସୋସିଆଲ ମିଡିଆ ଏକ୍ସରେ ଏକ ପୋଷ୍ଟ କରି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଲେଖିଛନ୍ତି ଯେ, “ବିରୋଧୀ ଦଳର ନେତା ଶ୍ରୀଯୁକ୍ତ ନବୀନ ପଟ୍ଟନାୟକଙ୍କୁ ଜନ୍ମଦିନର ଆନ୍ତରିକ ଶୁଭେଚ୍ଛା ଓ ଅଭିନନ୍ଦନ। ମୁଁ ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ନିକଟରେ ଆପଣଙ୍କର ନିରାମୟ, ଦୀର୍ଘ ଓ ସୁଖମୟ ଜୀବନ ପ୍ରାର୍ଥନା କରୁଛି।”
ଆଜି ବିଜେଡି ସୁପ୍ରିମୋ ୮୦ ବର୍ଷ ବୟସରେ ପଦାର୍ପଣ କରିଛନ୍ତି। ଏହି ପରିପ୍ରେକ୍ଷୀରେ ଦଳମତ ନିର୍ବିଶେଷରେ ବିଭିନ୍ନ ରାଜନୈତିକ ଦଳର ନେତା, ମନ୍ତ୍ରୀ, ସାଂସଦ, ବିଧାୟକ ଏବଂ ହଜାର ହଜାର ବିଜେଡି କର୍ମୀ ତଥା ଶୁଭେଚ୍ଛୁମାନେ ତାଙ୍କୁ ଜନ୍ମଦିନର ଆନ୍ତରିକ ଶୁଭକାମନା ଜଣାଉଛନ୍ତି।

hiranchal ad1
Leave A Reply

Your email address will not be published.

five × 5 =