ଜିଲ୍ଲାପାଳଙ୍କୁ ବିଦାୟ ସମ୍ବର୍ଦ୍ଧନା

0 92

ପାରଳାଖେମୁଣ୍ଡି : ଗଜପତି ଜିଲ୍ଲାର ପୂର୍ବତନ ଜିଲ୍ଲାପାଳ ଲିଙ୍ଗରାଜ ପଣ୍ଡାଙ୍କୁ ଜିଲ୍ଲା ପ୍ରଶାସନ ତରଫରୁ ରବିବାର ସନ୍ଧ୍ୟା ସମୟରେ ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷ ଠାରେ ବର୍ତ୍ତମାନ ଜିଲ୍ଲାପାଳ ସ୍ମୃତିରଞ୍ଜନ ପ୍ରଧାନଙ୍କ ଅଧ୍ୟକ୍ଷତାରେ ବିଦାୟ ସମ୍ବର୍ଦ୍ଧନା ଦିଆଯାଇଛି । ଶ୍ରୀଯୁକ୍ତ ପଣ୍ଡା ଦୀର୍ଘ ଦୁଇ ବର୍ଷ ଧରି ଗଜପତି ଜିଲ୍ଲାର ଜିଲ୍ଲାପାଳ ଭାବେ ରହି ଅନେକ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ କରିଆସୁଥିଲେ । ବର୍ତ୍ତମାନ ସେ ରାଜ୍ୟ ମହିଳା ଓ ଶିଶୁ ବିକାଶ ବିଭାଗ ସାମାଜିକ କଲ୍ୟାଣ ନିର୍ଦ୍ଦେଶକ ଭାବରେ ରାଜ୍ୟ ସରକାର ବଦଳି କରିଛନ୍ତି । ସେ ଜଣେ ମିଷ୍ଟଭାଷୀ, ଦକ୍ଷ ପ୍ରଶାସକ, ପରିଶ୍ରମୀ ପ୍ରଶାସକ ବାଭରେ କାର୍ଯ୍ୟ କରୁଥିଲେ । ତାଙ୍କର ସରଳ ଓ ଅମାୟିକ ବ୍ୟବହାର ପାଇଁ ସେ ଜିଲ୍ଲାର ସମସ୍ତ କର୍ମଚାରୀଙ୍କ ନିକଟତର ହୋଇପାରିଥିଲେ । ଗଜପତି ଜିଲ୍ଲାର ବିକାଶ କ୍ଷେତ୍ରରେ ତାଙ୍କର ଭୂମିକା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ଥିଲା । ସେହିପରି ନୂତନ ଭାବେ ଦାୟିତ୍ୱ ଗ୍ରହଣ କରିଥିବା ଜିଲ୍ଲାପାଳ ସ୍ମୃତିରଞ୍ଜନ ପ୍ରଧାନଙ୍କୁ ମଧ୍ୟ ଜିଲ୍ଲା ପ୍ରଶାସନ ତରଫରୁ ସ୍ୱାଗତ ସମ୍ବର୍ଦ୍ଧନା କରାଯାଇଥିଲା ।
ଏହି କାର୍ଯ୍ୟକ୍ରମରେ ଅନ୍ୟମାନଙ୍କ ମଧ୍ୟରେ ଆରକ୍ଷୀ ଅଧିକ୍ଷକ ସୁଶ୍ରୀ ସ୍ୱାତୀ ଏସ୍‌.କୁମାର, ଡ଼ି.ଏଫ୍‌.ଓ ଏସ୍‌.ଆନନ୍ଦ, ଅତିରିକ୍ତ ଜିଲ୍ଲାପାଳ ବିରେନ୍ଦ୍ର କୁମାର ଦାସ ଓ ରାଜେନ୍ଦ୍ର ମିଞ୍ଜ, ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟନିର୍ବାହୀ ଅଧିକାରୀ ଜିଲ୍ଲା ପରିଷଦ ରୋମାଞ୍ଚଳ ଖମାରୀ,ଉପ-ଜିଲ୍ଲାପାଳ ଆଲୋକ କୁମାର ପ୍ରଧାନ, ପ୍ରକଳ୍ପ ପ୍ରଶାସକ, ଅଧିବାସୀ ଉନ୍ନୟନ ସଂସ୍ଥା ପାରଳାଖେମୁଣ୍ଡି ଫାଲଗୁନି ମାଝୀ, ସମସ୍ତ ଗୋଷ୍ଠୀ ଉନ୍ନୟନ ଅଧିକାରୀ, ତହସିଲଦାର ଏବଂ ସମସ୍ତ ଜିଲ୍ଲାସ୍ତରୀୟ ଅଧିକାରୀ ପ୍ରମୁଖ ଏହି ବିଦାୟକାଳୀନ ସମ୍ବର୍ଦ୍ଧନା ଓ ସ୍ୱାଗତ ସମ୍ବର୍ଦ୍ଧନା ଉତ୍ସବ ରେ ଉପସ୍ଥିତ ଥିଲେ ।

hiranchal ad1
Leave A Reply

Your email address will not be published.

18 − fourteen =