ପ୍ରକାଶ ପାଇଲା ଯୁକ୍ତ ଦୁଇ ବିଜ୍ଞାନ ଓ ବାଣିଜ୍ୟ ପରୀକ୍ଷା ଫଳ

0 374

ଭୁବନେଶ୍ବର: ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ଦ୍ବାରା ପରିଚାଳିତ ଦ୍ବାଦଶ ଶ୍ରେଣୀ(ଯୁକ୍ତ୨) ବିଜ୍ଞାନ ଓ ବାଣିଜ୍ୟ ବିଭାଗ ପରୀକ୍ଷା ଫଳ ପ୍ରକାଶ ପାଇଛି। ଏଥର ବିଜ୍ଞାନରେ ପାସ୍ ହାର ରହିଛି  ୮୪.୯୩ ପ୍ରତିଶତ ଓ ବାଣିଜ୍ୟରେ ପାସ୍ ହାର ୮୧.୧୨ ପ୍ରତିଶତ ହୋଇଥିବା ଜଣାଯାଇଛି। ଚଳିତ ବର୍ଷ ବିଜ୍ଞାନରେ ପରୀକ୍ଷା ଦେଇଥିଲେ ୯୩,୭୩୪ ଛାତ୍ରଛାତ୍ରୀ । ସେଥିମଧ୍ୟରୁ ୭୮,୯୩୮ଜଣ ପାସ୍ କରିଛନ୍ତି। ଏମାନଙ୍କ ଭିତରୁ ପ୍ରଥମ ଶ୍ରେଣୀରେ ୩୯,୫୭୩ ପରୀକ୍ଷାର୍ଥୀ ଉତ୍ତୀର୍ଣ୍ଣ ହୋଇ ଥିବା ବେଳେ ଦ୍ୱିତୀୟ ଶ୍ରେଣୀରେ ୨୪,୨୫୭ ଓ ତୃତୀୟ ଶ୍ରେଣୀରେ ୧୪,୮୫୨ ଜଣ ପାସ କରିଛନ୍ତି।

hiring

ଏଣେ ବାଣିଜ୍ୟରେ ମୋଟ୍ ୨୪,୦୮୨ ପରୀକ୍ଷାର୍ଥୀ ପରୀକ୍ଷା ଦେଇଥିଲେ। ସେମାନଙ୍କ ଭିତରୁ ୧୯,୫୩୬ ଜଣ ପାସ୍ କରିଛନ୍ତି। ଏମାନଙ୍କ ଭିତରୁ ୭୪୧୦ ଛାତ୍ରଛାତ୍ରୀ ପ୍ରଥମ ଶ୍ରେଣୀରେ, ୪୫୪୩ ଛାତ୍ରଛାତ୍ରୀ ଦ୍ୱିତୀୟ ଶ୍ରେଣୀରେ ଓ ୭୪୯୨ ଛାତ୍ରଛାତ୍ରୀ ତୃତୀୟ ଶ୍ରେଣୀରେ ଉତ୍ତୀର୍ଣ୍ଣ ହୋଇଛନ୍ତି ।

ବୁଧବାର ପୂର୍ବାହ୍ନ ୧୧ଟାରେ ଭୁବନେଶ୍ବରସ୍ଥିତ ପରିଷଦର ମୁଖ୍ୟାଳୟରେ ଗଣଶିକ୍ଷା ମନ୍ତ୍ରୀ ସୁଦାମ ମାର୍ଣ୍ଡି ଓ ବିଭାଗୀୟ ସଚିବ ଅଶ୍ବଥୀ ଏସ୍‌ ପରୀକ୍ଷା ଫଳ ପୁସ୍ତିକାକୁ ଉନ୍ମୋଚନ କରିଛନ୍ତି। ଏହାପରେ ପରୀକ୍ଷାର୍ଥୀମାନେ www.orissaresults.nic.in ୱେବସାଇଟ୍‌ରେ ସେମାନଙ୍କ ଫଳ ଜାଣିପାରିବେ।

hiranchal ad1
Leave A Reply

Your email address will not be published.

seventeen − thirteen =