ମାର୍ଚ୍ଚ ପହିଲାରୁ ରାଜ୍ୟରେ ସୃଷ୍ଟି ହୋଇପାରେ ଅସମ୍ଭାଳ ତାତି

0 65

ଭୁବନେଶ୍ୱର: ମାର୍ଚ୍ଚ ଆରମ୍ଭରୁ ରାଜ୍ୟରେ ସୃଷ୍ଟି ହୋଇପାରେ ଅସମ୍ଭାଳ ତାତି । ଉତ୍ତର ଓ ଉତ୍ତରପଶ୍ଚିମ ଦିଗରୁ ଶୁଷ୍କ ଉତ୍ତପ୍ତ ବାୟୁ ପ୍ରଭାବରେ ରାଜ୍ୟରେ ତାପମାତ୍ରା ପ୍ରାୟ ୫ ଡିଗ୍ରୀ ପର୍ଯ୍ୟନ୍ତ ବୃଦ୍ଧି ପାଇପାରେ । ମାର୍ଚ୍ଚ ପ୍ରଥମ ସପ୍ତାହ ବେଳକୁ ତାତି ୪୧ ଡିଗ୍ରୀ ଛୁଇଁ ପାରେ ବୋଲି ପାଣିପାଗ ବିଶେଷଜ୍ଞମାନେ ଆକଳନ କରିଛନ୍ତି । ଆସନ୍ତା ମାର୍ଚ୍ଚ ୪ ତାରିଖରେ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହାର ପ୍ରଭାବରେ ୭ ତାରିଖ ସୁଦ୍ଧା ଏକ ଲଘୁଚାପ ସୃଷ୍ଟି ହେବ । ପରବର୍ତ୍ତୀ ସମୟରେ ଏହା ଅଧିକ ଘନୀଭୂତ ହେବ ବୋଲି ମଡେଲ୍‌ ଦର୍ଶାଉଛି । ଏହା ଉତ୍ତର ପଶ୍ଚିମ ଦିଗରୁ ଶୁଷ୍କ ଓ ଉତ୍ତପ୍ତ ବାୟୁକୁ ଆକର୍ଷିତ କରିବ । ଯାହାଦ୍ୱାରା ତାପମାତ୍ରା ବୃଦ୍ଧି ପାଇବାର ସମ୍ଭାବନା ରହିଛି ।

hiring

ରାଜ୍ୟର ବିଭିନ୍ନ ସ୍ଥାନରେ ତାପପାତ୍ରା ସ୍ୱାଭାବିକଠାରୁ ୨ ରୁ ୪ ଡିଗ୍ରୀ ପର୍ଯ୍ୟନ୍ତ ଉପରେ ରହୁଛି । ବର୍ତ୍ତମାନ ରାଜ୍ୟକୁ ବଙ୍ଗୋପସାଗରରୁ ଜଳୀୟବାଷ୍ପପୂର୍ଣ୍ଣ ବାୟୁ ପ୍ରବାହ ହେଉଛି । ଦୀର୍ଘ ଦିନ ହେବ ବର୍ଷା ନହେବା ଏବଂ ମାଟି ଶୁଷ୍କ ରହିବାରୁ ରାଜ୍ୟରେ ଏଭଳି ସ୍ଥିତି ସୃଷ୍ଟି ହୋଇଛି । ମାର୍ଚ୍ଚ ଦ୍ୱିତୀୟ କିମ୍ବା ତୃତୀୟ ସପ୍ତାହ ବେଳକୁ ରାଜ୍ୟରେ ସ୍ଥିତି ସଂଗୀନ ହେବ ବୋଲି ଆକଳନ କରାଯାଇଛି । ଓଡ଼ିଶାର ଅଧିକାଂଶ ଅଞ୍ଚଳ ଅରେଞ୍ଜ ମାର୍କରେ ରହିଥିବା ବେଳେ ଭୁବନେଶ୍ୱର ସମେତ ଅନୁଗୁଳ, ମାଲକାନଗିରି, ଟିଟିଲାଗଡ, ସୋନପୁର, ବାରିପଦା ରେଡ୍‌ ମାର୍କରେ ରହିଛି ।

hiranchal ad1
Leave A Reply

Your email address will not be published.

eighteen − eight =