ଜିଲ୍ଲା ସ୍ତରୀୟ ଅଭିଯୋଗ ଶୁଣାଣି ଅନୁଷ୍ଠିତ

0 38

ପୁରୀ: ପୁରୀ ଜିଲ୍ଲା ସ୍ତରୀୟ ଅଭିଯୋଗ ଶୁଣାଣି ଅତିରିକ୍ତ ଜିଲ୍ଲାପାଳ ପ୍ରଶାସନଙ୍କ କାର୍ଯ୍ୟାଳୟ ପ୍ରକୋଷ୍ଠରେ ଅତିରିକ୍ତ ଜିଲ୍ଲାପାଳ ପ୍ରଦୀପ କୁମାର ସାହୁଙ୍କ ଅଧ୍ୟକ୍ଷତାରେ ଆଜି ଅନୁଷ୍ଠିତ ହୋଇଥିଲା । ଏଥିରେ ମୋଟ ୨୯ ଗୋଟି ଅଭିଯୋଗ ମିଳିଥିଲା । ସେଥିରୁ ୨୮ ଗୋଟି ବ୍ୟକ୍ତିଗତ ଅଭିଯୋଗ ଥିବା ବେଳେ ଗୋଟିଏ ସାମୁହିକ ଅଭିଯୋଗ ରହିଥିଲା । ତତକ୍ଷଣାତ ଗୋଟିଏ ଅଭିଯୋଗର ସମାଧାନ ହୋଇଥିବା ବେଳେ ଅନ୍ୟ ଗୁଡିକ ଆଇନ ଅନୁସାରେ ଅନୁଧ୍ୟାନ କରି ଯଥାଶୀଘ୍ର ସମାଧାନ ପାଇଁ ବିଭିନ୍ନ ବିଭାଗକୁ ପ୍ରେରଣ କରାଯାଇଥିଲା । ଅନ୍ୟମାନଙ୍କ ମଧ୍ୟରେ ଅତିରିକ୍ତ ଜିଲ୍ଲାପାଳ ରାଜସ୍ୱ କୈଳାସ ଚନ୍ଦ୍ର ନାୟକ, ଅତିରିକ୍ତ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ରଶ୍ମିରେଖା ଦାଶ, ଡେପୁଟି କଲେକ୍ଟର ଜିତେନ୍ଦ୍ର ପାତ୍ର, ରାକେଶ କୁମାର ପଣ୍ଡା, ଅଭିଯୋଗ ପ୍ରକୋଷ୍ଠ ଅଧିକାରୀ ପ୍ରିୟଦର୍ଶିନୀ ମଲ୍ଲିକ ଓ ଅନ୍ୟାନ୍ୟ ଜିଲ୍ଲା ସ୍ତରୀୟ ଅଧିକାରୀମାନେ ଏହି ଶୁଣାଣିରେ ଯୋଗ ଦେଇଥିଲେ । ଆସନ୍ତା ଅପ୍ରେଲ ୩ ତାରିଖରେ ପିପିଲି ବ୍ଲକ ସମ୍ମିଳନୀ ଗୃହରେ, ୧୦ ତାରିଖରେ ଜିଲ୍ଲା ମୁଖ୍ୟ କାର୍ଯ୍ୟାଳୟଠାରେ, ୧୭ ତାରିଖରେ କାକଟପୁର ବ୍ଲକ କାର୍ଯ୍ୟାଳୟଠାରେ ଓ ଅପ୍ରେଲ ୨୪ ତାରିଖରେ ମୁଖ୍ୟ କାର୍ଯ୍ୟାଳୟଠାରେ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହେବ ବୋଲି ଅଭିଯୋଗ ପ୍ରକୋଷ୍ଠ ଅଧିକାରୀ ସୂଚନା ଦେଇଛନ୍ତି ।

hiranchal ad1
Leave A Reply

Your email address will not be published.

five × 4 =