୨୪ ଘଣ୍ଟା ମଧ୍ୟରେ ବଙ୍ଗୋପସାଗରରେ ସୃଷ୍ଟି ହେବ ଲଘୁଚାପ

0 174

ଭୁବନେଶ୍ୱର: ଆଗାମୀ ୨୪ ଘଣ୍ଟା ମଧ୍ୟରେ ବଙ୍ଗୋପସାଗରରେ ସୃଷ୍ଟି ହେବ ଲଘୁଚାପ। ଭାରତ ମହାସାଗର-ଦକ୍ଷିଣପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହେବ ଲଘୁଚାପ। ଲଘୁଚାପ ସୃଷ୍ଟି ହେବା ନେଇ ପାଣିପାଗ କେନ୍ଦ୍ର ପକ୍ଷରୁ ଟୁଇଟ୍ କରାଯାଇଛି। ହେଲେ ଏହା ପ୍ରଭାବରେ ଆଗାମୀ ୫ ଦିନ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା କିମ୍ବା ବାତ୍ୟା ହେବାର କୌଣସି ସୂଚନା ନ ଥିବା ବିଭାଗ ପକ୍ଷରୁ କୁହାଯାଇଛି। ଲଘୁଚାପ ସୃଷ୍ଟି ହେଲେ ଏହା ବାତ୍ୟାର ରୂପ ନେବା ନେଇ ବିଭିନ୍ନ ଗଣମାଧ୍ୟମରେ ଚର୍ଚ୍ଚା ଜୋର ଧରି ଥିବା ବେଳେ ଏହାକୁ ଖଣ୍ଡନ କରିଛନ୍ତି IMD ଡିଜି ମୃତ୍ୟୁଞ୍ଜୟ ମହାପାତ୍ର । ଏ ଯାଏ ବାତ୍ୟା ସମ୍ପର୍କରେ କୌଣସି ଆକଳନ କରାଯାଇ ନ ଥିବା ସେ କହିଛନ୍ତି ।

hiranchal ad1
Leave A Reply

Your email address will not be published.

13 + twelve =