ଲଘୁଚାପ କ୍ଷେତ୍ର ସୃଷ୍ଟି, ପ୍ରବଳ ବର୍ଷା ସମ୍ଭାବନା

0 69

ଭୁବନେଶ୍ୱର, ୧୦/୦୯: ଉତ୍ତର ବଙ୍ଗୋପସାଗର ଓ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଏହାର ପ୍ରଭାବରେ ଓଡ଼ିଶାରେ ଆସନ୍ତା କିଛି ଦିନ ପ୍ରବଳ ବର୍ଷା ହେବାର ଆଶଙ୍କା ରହିଛି । ବିଶେଷକରି ଦକ୍ଷିଣ ଓଡ଼ିଶା ଓ ଏହାର ପାର୍ଶ୍ୱବର୍ତ୍ତୀ ଜିଲ୍ଲାଗୁଡ଼ିକର କେତେକ ସ୍ଥାନରେ ଆଗାମୀ ୪୮ ଘଣ୍ଟା ମଧ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ। ଅଳ୍ପ କେତେକ ସ୍ଥାନରେ ଅତ୍ୟନ୍ତ ପ୍ରବଳ ବର୍ଷାର ମଧ୍ୟ ସମ୍ଭାବନା ରହିଛି ।
ପାଣିପାଗ ବିଭାଗର ସୂଚନା ଅନୁସାରେ, ଲଘୁଚାପ କ୍ଷେତ୍ରଟି ବାୟୁମଣ୍ଡଳର ପ୍ରାୟ ୯.୪ କିଲୋମିଟର ଉଚ୍ଚତା ପର୍ଯ୍ୟନ୍ତ ବ୍ୟାପିଛି । ଏହା ଦକ୍ଷିଣପଶ୍ଚିମ ଦିଗକୁ ଢଳି ରହିଥିବାରୁ ଓଡ଼ିଶାର ପାଣିପାଗ ଉପରେ ଏହାର ପ୍ରଭାବ ପଡ଼ିବା ଆଶଙ୍କା ରହିଛି । ଆସନ୍ତା ୧୪ ତାରିଖ ଯାଏଁ ରାଜ୍ୟର ବିଭିନ୍ନ ଅଞ୍ଚଳରେ ପ୍ରବଳ ବର୍ଷା ଜାରି ରହିପାରେ ।
ଆଜି ମୟୂରଭଞ୍ଜ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ ଜାରି କରାଯାଇଥିବା ବେଳେ କେନ୍ଦୁଝର, ଭଦ୍ରକ ଓ ବାଲେଶ୍ୱରକୁ ଅରେଞ୍ଜ ୱାର୍ଣ୍ଣିଂ ଦିଆଯାଇଛି । ପ୍ରବଳ ବର୍ଷା ଯୋଗୁଁ ତଳିଆ ଅଞ୍ଚଳରେ ଜଳବନ୍ଦୀ ସ୍ଥିତି ସୃଷ୍ଟି ହେବା ସହ ରାସ୍ତାଘାଟରେ ଯାତାୟାତ ବାଧାପ୍ରାପ୍ତ ହେବାର ଆଶଙ୍କା ରହିଛି । ଏଥିପାଇଁ ଜିଲ୍ଲା ପ୍ରଶାସନ ଓ ସାଧାରଣ ଲୋକଙ୍କୁ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି ।

hiranchal ad1
Leave A Reply

Your email address will not be published.

19 − eleven =