ପୁଣି ସ୍ଥିତି ଜାହିର କଲା ମାଓ ସଙ୍ଗଠନ, ବାଲିଗୁଡ଼ା ଓ ତୁମୁଡ଼ିବନ୍ଧ ଥାନା ଅଞ୍ଚଳରେ ବ୍ୟାନର ପୋଷ୍ଟର ଜାରି

0 168

ବାଲିଗୁଡ଼ା: କିଛି ଦିନର ନୀରବତା ପରେ କନ୍ଧମାଳରେ ମାଓ ସଙ୍ଗଠନ ପୁଣି ନିଜର ସ୍ଥିତି ଜାହିର କରିଥିବା ଜଣାପଡ଼ିଛି । ଜିଲ୍ଲାର ବାଲିଗୁଡ଼ା ଥାନା ଲଣ୍ଡା ଗାଁ,ଖମଣଖୋଲ ଓ ତୁମୁଡ଼ିବନ୍ଧ ଥାନା କୁର୍ତ୍ତମଗଡ଼ ଅଞ୍ଚଳରେ ମାଓ ସଙ୍ଗଠନ ପକ୍ଷରୁ ପୋଷ୍ଟର ବ୍ୟାନର ଜାରି ହୋଇଥିବା ଦେଖିବାକୁ ମିଳିଛି । ମଇ ୨୦ ତାରିଖ ଓଡ଼ିଶା-ପୂର୍ବ ଛତିଶଗଡ଼ ୨୪ ଘଣ୍ଟିଆ ବନ୍ଦ ପାଳନ କରିବାକୁ ବ୍ୟାନର ପୋଷ୍ଟର ମାଧ୍ୟମରେ ଆହ୍ୱାନ ଦିଆଯାଇଛି । ମୁକୁନ୍ଦ କହଁର ହତ୍ୟାକାରୀ ପୋଲିସ୍‌ କର୍ମଚାରୀଙ୍କୁ କଠିନରୁ କଠିନ ଦଣ୍ଡ ଦିଆଯାଉ, ଆଗାମୀ ଦିନରେ ପୋଲିସ୍‌ ଓ ସିଆରପିଏଫ୍‌ ଗୁଣ୍ଡାଙ୍କ ଅତ୍ୟାଚାର ଓ ହତ୍ୟା ବିରୋଧରେ ସ୍ଥାନୀୟ ଜନତା ବିଦ୍ରୋହ ଆରମ୍ଭ କରନ୍ତୁ ବୋଲି ବ୍ୟାନରରେ ଉଲ୍ଲେଖ ଥିବା ଦେଖିବାକୁ ମିଳିଛି । ଅନ୍ୟପଟେ ଗତ ଫେବୃଆରୀ ମାସରେ ପୋଲିସକୁ ଟାର୍ଗେଟ କରି ଆଇଇଡି ଖଞ୍ଜା ଯାଇଥିଲା କିନ୍ତୁ ଦୁର୍ଭାଗ୍ୟ ବଶତଃ ସାମ୍ବାଦିକ ରୋହିତ ବିଶ୍ୱାଳଙ୍କ ମୃତ୍ୟୁ ଘଟିଥିଲା । ଏହି ଦୁଃଖଦ ଘଟଣା ପାଇଁ ଆମେ ଜନତାଙ୍କୁ ଓ ମୃତକଙ୍କ ପରିବାରକୁ କ୍ଷମା ମାଗୁଅଛୁ । ଏହି ଘଟଣା ପାଇଁ ପୋଲିସ ଦାୟୀ ଅଟେ, ଭାରତୀୟ କମ୍ୟୁନିଷ୍ଟ ପାର୍ଟି (ମାଓବାଦୀ) ବୋଲି ପୋଷ୍ଟରରେ ଉଲ୍ଲେଖ ଥିବା ଦେଖିବାକୁ ମିଳିଛି ।

hiranchal ad1
Leave A Reply

Your email address will not be published.

sixteen − 16 =