ବିଜେଡିରେ ସାମିଲ ହେଲେ ଭିକେ ପାଣ୍ଡିଆନ

0 864

ଭୁବନେଶ୍ୱର: ଚର୍ଚ୍ଚାରେ ପଡିଲା ପୂର୍ଣ୍ଣଚ୍ଛେଦ, ବିଜେଡିରେ ମିଶିଲେ ୫ଟି ଅଧ୍ୟକ୍ଷ ଭି.କେ.ପାଣ୍ଡିଆନ୍‌ । ଆଜି ଦଳର ସଭାପତି ନବୀନ ପଟ୍ଟନାୟକଙ୍କ ଉପସ୍ଥିତିରେ ବିଧିବଦ୍ଧ ଭାବେ ସେ ବିଜୁ ଜନତା ଦଳରେ ଯୋଗ ଦେଇଛନ୍ତି । ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ ଥିବା ଶ୍ରୀ ପାଣ୍ଡିଆନ୍‌ ଆଇଏଏସ୍‌ ଚାକିରିରୁ ସ୍ୱେଚ୍ଛାକୃତ ଅବସର ନେବା ପରେ ତାଙ୍କୁ ‘ନବୀନ ଓଡ଼ିଶା’ ଓ ୫ଟି ଅଧ୍ୟକ୍ଷ ଭାବେ ନିଯୁକ୍ତି ଦେଇଥିଲେ ମୁଖ୍ୟମନ୍ତ୍ରୀ । ଗତ ଏକ ସପ୍ତାହ ଧରି ରାଜନୈତିକ ମହଲରେ ଚର୍ଚ୍ଚା ହେଉଥିଲା କି ଭି.କେ.ପାଣ୍ଡିଆନ୍‌ କାର୍ତ୍ତିକ ପୂର୍ଣ୍ଣମୀ ଦିନ ବିଜୁ ଜନତା ଦଳରେ ଯୋଗଦେବେ । ତାହା ଆଜି ସତ ହୋଇଛି ।

hiring


ସୂଚନା ଅନୁସାରେ ଆଜି ପୂର୍ବାହ୍ନ ୧୦.୧୫ ମିନିଟରେ ସେ ନବୀନ ନିବାସରେ ଦଳର କିଛି ବରିଷ୍ଠ ନେତାଙ୍କ ଉପସ୍ଥିତିରେ ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ପାଦଛୁଇଁ, ତାଙ୍କର ଆଶୀର୍ବାଦ ନେଇ ବିଧିବଦ୍ଧ ଭାବେ ବିଜୁ ଜନତା ଦଳରେ ସାମିଲ ହୋଇଛନ୍ତି । ପୁରୀ ସାଂସଦ ତଥା ବିଜେଡିର ବରିଷ୍ଠ ନେତା ପିନାକୀ ମିଶ୍ର ଗଣମାଧ୍ୟମକୁ କହିଛନ୍ତି ଯେ ମୁଖ୍ୟମନ୍ତ୍ରୀ ଏହି ଅବସରରେ ଉପସ୍ଥିତ ବିଜେଡି ନେତାଙ୍କୁ କହିଥିଲେ ଯେ ଶ୍ରୀ ପାଣ୍ଡିଆନ୍‌ଙ୍କର ପ୍ରଶାସନିକ କ୍ଷେତ୍ରରେ ଯେଉଁ ଅଭିଜ୍ଞତା ରହିଛି ତାହା ସେ ଦଳ ପାଇଁ ଏବଂ ରାଜ୍ୟର ବିକାଶ ଲାଗି ଉପଯୋଗ କରିବେ । ଶ୍ରୀ ପାଣ୍ଡିଆନ୍‌ ବିଜେଡି ଲାଗି ଏକ ଆସେଟ୍‌ ହେବେ ବୋଲି ମୁଖ୍ୟମନ୍ତ୍ରୀ କହିଥିବା ସେ ପ୍ରକାଶ କରିଛନ୍ତି ।

hiranchal ad1
Leave A Reply

Your email address will not be published.

seventeen − 3 =