୮ରୁ ମାଟ୍ରିକ ସପ୍ଲିମେଣ୍ଟାରୀ ଫର୍ମ ପୂରଣ

0 59

କଟକ: ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ବାରା ପରିଚାଳିତ ମାଟ୍ରିକ ସପ୍ଲିମେଣ୍ଟାରୀ ପରୀକ୍ଷା ପାଇଁ ଫର୍ମ ପୂରଣ ମେ ୮ ତାରିଖରୁ ଆରମ୍ଭ ହେବ। ଅନ୍‌ଲାଇନ ଜରିଆରେ ବୋର୍ଡ ୱେବସାଇଟ୍‌ www.bseodisha.ac.inରେ ଫର୍ମ ପୂରଣ ଓ ଦେୟ ଦାଖଲ କରିପାରି​ବେ। ରେଗୁଲାର ଓ ଏକ୍ସ ରେଗୁଲାର ପରୀକ୍ଷାର୍ଥୀ ନିଜ ହାଇସ୍କୁଲ ଏବଂ ପତ୍ରମାଧ୍ୟମ ପରୀକ୍ଷାର୍ଥୀ ବୋର୍ଡର ଶାଖା କାର୍ଯ୍ୟାଳୟରେ ଫର୍ମ ପୂରଣ କରିବେ। ଫର୍ମ ପୂରଣ ଓ ଦେୟ ଦାଖଲ ମେ ୮ ପୂର୍ବାହ୍ଣ ୧୧ଟାରୁ ମେ ୧୮ ରାତି ୧୧ଟା ୪୫ ପର୍ଯ୍ୟନ୍ତ ଚାଲିବ। ଜୁଲାଇ ପ୍ରଥମ ସପ୍ତାହରେ ସପ୍ଲିମେଣ୍ଟାରୀ ପରୀକ୍ଷା କରାଯିବ ବୋଲି ବୋର୍ଡ ପକ୍ଷରୁ ସୂଚନା ଦିଆଯାଇଛି।

hiranchal ad1
Leave A Reply

Your email address will not be published.

6 + 14 =