ଲୋକଙ୍କ ସମସ୍ୟା ବୁଝିଲେ ମୁଖ୍ୟମନ୍ତ୍ରୀ

0 63

ଭୁବନେଶ୍ୱର : ଭୁବନେଶ୍ୱର ସ୍ଥିତ ୟୁନିଟ-୨ ଅଭିଯୋଗ ପ୍ରକୋଷ୍ଠରେ ଲୋକଙ୍କ ସମସ୍ୟା ବୁଝିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ସେ ଲୋକଙ୍କ ଦୁଃଖ ବୁଝିବା ସହ ସେମାନଙ୍କର ସମସ୍ୟ ଗୁଡ଼ିକର ସମାଧାନ ଦିଗରେ ପଦକ୍ଷେପ ନେବେ ବୋଲି ପ୍ରତିଶ୍ରୁତି ଦେଇଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ସହିତ ମନ୍ତ୍ରୀ ମଣ୍ଡଳର ବରିଷ୍ଠ ମନ୍ତ୍ରୀମାନେ ମଧ୍ୟ ଉପସ୍ଥିତ ରହି ଲୋକଙ୍କ ଅଭିଯୋଗ ଶୁଣିଛନ୍ତି।
ସୂଚନା ଅନୁଯାୟୀ, ସୋମବାର ସକାଳେ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି ପ୍ରକୋଷ୍ଠ ଖୋଲିଥିଲା। ସେଠରେ ଲୋକଙ୍କ ଭିଡ଼ ଦେଖିବାକୁ ମିଳିଥିଲା । ଜନସାଧାରଣ ପଞ୍ଜୀକୃତ ପ୍ରାପ୍ତି ସ୍ଵୀକାର ପତ୍ର ଏବଂ ବ୍ୟକ୍ତିଗତ ପରିଚୟ ପତ୍ର ତଥା ନିଜର ଅଭିଯୋଗ ପତ୍ର ସହ ସେଠାରେ ନିର୍ଦ୍ଧାରିତ ସମୟରେ ଉପସ୍ଥିତ ରହିଥିଲେ। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଅଭିଯୋଗ ପ୍ରକୋଷ୍ଠରେ ପହଞ୍ଚିବା ପରେ ପ୍ରଥମେ ଦିବ୍ୟାଙ୍ଗ, ଭିନ୍ନକ୍ଷମ ଅଭିଯୋଗକାରୀଙ୍କୁ ଭେଟିଥିଲେ। ସେମାନଙ୍କ ଅଭିଯୋଗ ଶୁଣି ତ୍ୱରିତ ସମାଧାନ ପାଇଁ ବିଭାଗୀୟ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଥିଲେ।

hiranchal ad1
Leave A Reply

Your email address will not be published.

eight − five =