ଶ୍ରୀମନ୍ଦିରରେ ଭିତର ଚନ୍ଦନଯାତ୍ରା ଆରମ୍ଭ

0 111

ପୁରୀ : ଶ୍ରୀମନ୍ଦିରରେ ଆଜିଠାରୁ ମହାପ୍ରଭୁଙ୍କ ୨୧ଦିନ ବ୍ୟାପୀ ଭିତର ଚନ୍ଦନ ଯାତ୍ରା ଆରମ୍ଭ ହୋଇଛି । ଏହା ଦେବସ୍ନାନ ପୂର୍ଣ୍ଣମୀ ପୂର୍ବଦିନ ପର୍ଯ୍ୟନ୍ତ ଚାଲୁରହିବ । ଆସନ୍ତା ରବିବାର ଜ୍ୟେଷ୍ଠ କୃଷ୍ଣ ଏକଦଶୀରେ ମହାପ୍ରଭୁଙ୍କ ଚଳନ୍ତି ପ୍ରତିମା ଜଳକ୍ରୀଡ଼ା କରିବେ ।
ବୈଶାଖ ଶୁକ୍ଳ ତୃତୀୟା ବା ଅକ୍ଷୟ ତୃତୀୟା ଠାରୁ ଜ୍ୟେଷ୍ଠ ଶୁକ୍ଳ ଚତୁର୍ଦ୍ଦଶୀ ଅର୍ଥାତ ସ୍ନାନପୂର୍ଣ୍ଣିମା ପୂର୍ବଦିନ ପର୍ଯ୍ୟନ୍ତ ମୋଟ ୪୨ ଦିନ ଧରି ଚନ୍ଦନଯାତ୍ରା ଅନୁଷ୍ଠିତ ହୋଇଥାଏ । ୨୧ ଦିନ ବ୍ୟାପୀ ମହାପ୍ରଭୁଙ୍କ ଚଳନ୍ତି ପ୍ରତିମା ଓ ପଞ୍ଚପାଣ୍ଡବ ନରେନ୍ଦ୍ର ପୁଷ୍କରିଣୀରେ ଜଳକ୍ରୀଡା କରିବା ପରେ ପରବର୍ତ୍ତୀ ୨୧ ଦିନ ଜ୍ୟେଷ୍ଠ ଶୁକ୍ଳ ଚତୁର୍ଦ୍ଦଶୀ ପର୍ଯ୍ୟନ୍ତ ଶ୍ରୀମନ୍ଦିରରେ ଭିତର ଚନ୍ଦନ ଅନୁଷ୍ଠିତ ହୋଇଥାଏ । ଗତକାଲି ମହାପ୍ରଭୁଙ୍କ ବାହାର ଚନ୍ଦନ ଯାତ୍ରାର ହଳଦୀପାଣି ନୀତି ସରିବା ପରେ ଆଜିଠାରୁ ଶ୍ରୀଜୀଉ ମାନଙ୍କର ଭିତର ଚନ୍ଦନ ଯାତ୍ରା ଆରମ୍ଭ ହୋଇଛି । ଏହି ୨୧ ଦିନ ମହାପ୍ରଭୁଙ୍କ ଚନ୍ଦନ ଓ ଆଲଟ ଲାଗି କରାଯିବ । ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଯାତଭୋଗ ସରିବା ପରେ ଭିତର ଚନ୍ଦନ ଯାତ୍ରା ନୀତି କରାଯିବ । ଜ୍ୟେଷ୍ଠ କୃଷ୍ଣ ଏକାଦଶୀ, ସାବିତ୍ରୀ ଅମାବାସ୍ୟା,ଶୀତଳ ଷଷ୍ଠୀ ଓ ରୁକ୍ମିଣୀହରଣ ଏକାଦଶୀରେ ଶ୍ରୀମନ୍ଦିର ଭିତରେ ଥିବା ଜଳକ୍ରୀଡ଼ା ମଣ୍ଡପରେ ଠାକୁରଙ୍କ ଜଳକ୍ରୀଡ଼ା ନୀତି ଅନୁଷ୍ଠିତ ହେବ ।

hiranchal ad1
Leave A Reply

Your email address will not be published.

fifteen + two =