ଆସନ୍ତାକାଲି ଜନ୍ମାଷ୍ଟମୀ, ଶ୍ରୀମନ୍ଦିରରେ ସ୍ୱତନ୍ତ୍ର ପ୍ରସ୍ତୁତି

0 23

ପୁରୀ: ଆସନ୍ତାକାଲି ଭାଦ୍ରବ ମାସ କୃଷ୍ଣପକ୍ଷ ଅଷ୍ଟମୀ ତିଥି ଅର୍ଥାତ ପବିତ୍ର ଜନ୍ମାଷ୍ଟମୀ । ପ୍ରଭୁ ଶ୍ରୀକୃଷ୍ଣଙ୍କ ଜନ୍ମ ଉତ୍ସବ । ଏଥିପାଇଁ ଆଜି ଶ୍ରୀମନ୍ଦିରରେ ସଂଧ୍ୟା ଆଳତି ସମୟରେ ଠାକୁରଙ୍କୁ ଛଅମୂର୍ତ୍ତି ଅଳଙ୍କାର ଲାଗି କରାଯିବ । ସଂଧ୍ୟାଧୂପ ପରେ ଜୟବିଜୟ ଦ୍ୱାର ବନ୍ଦ କରାଯିବ । ଟେରା ବନ୍ଧା ହେବାପରେ ମହାପ୍ରଭୁଙ୍କ ନିକଟରେ ଯେଉଡ ଭୋଗ ଅର୍ଥାତ ସାଗ, ତରକାରୀ, ପିଠା,ଝିଲି,ଖିରି ଆଦି ରୋଷଘରୁ ଆସି ଅଣସର ପିଣ୍ଡିରେ ରଖାଯିବ । ମୁଦିରସ୍ତ ସେବାୟତ ମହାପ୍ରଭୁଙ୍କ ଶ୍ରୀଅଙ୍ଗରେ ପ୍ରସାଦ ଲାଗି କରିବେ । ତିନି ପୂଜାପଣ୍ଡା ପଞ୍ଚାକ୍ଷର ମନ୍ତ୍ରରେ ପୂଜା କରିବା ସହ ପୂଜାପଣ୍ଡା, ପତି ମହାପାତ୍ର ଓ ମୁଦିରସ୍ତ ତିନିବାଡରେ ବନ୍ଦାପନା କରିବେ । ଏହାକୁ ଗର୍ଭଉଦକ ବନ୍ଦାପନା କୁହାଯାଇଥାଏ । ସ୍ୱୟଂ ଶ୍ରୀଜଗନ୍ନାଥ ମହାପ୍ରଭୁ ଦେବକୀ ରୂପ ଧାରଣକରି ଗର୍ଭଧାରଣ କରିଥିବାରୁ ସୁଖ ପ୍ରସବ ଲାଗି ତାଙ୍କୁ ଜେଉଡ ପ୍ରସାଦ ଲାଗି କରାଯାଇଥାଏ ।

hiranchal ad1
Leave A Reply

Your email address will not be published.

one × five =