୧୧ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା

0 117

ଭୁବନେଶ୍ୱର: ଦକ୍ଷିଣ- ପଶ୍ଚିମ ମୋସୁମୀ ବାୟୁ ସମଗ୍ର ରାଜ୍ୟକୁ ଅଗ୍ରସର ହୋଇ ଯାଇଥିବା ବେଳେ ଗତକାଲି ଠାରୁ ତମାମ୍‌ ରାଜ୍ୟରେ ମୌସୁମୀ ବର୍ଷା ଲାଗିରହିଛି । ଗତ ୨୪ ଘଣ୍ଟାରେ ରାଜ୍ୟରେ ମୌସୁମୀ ସକ୍ରିୟ ସହ ପାଖାପାଖି ୧୭.୩ ମିମି ବର୍ଷା ରେକର୍ଡ ହୋଇଛି । ଯାହା ଗତ ୨୪ ଘଣ୍ଟାର ସ୍ୱାଭାବିକ ବର୍ଷା ୯.୨ ମିମି ତୁଳନାରେ ୮୮% ଅଧିକ ରହିଛି । ଏପରିସ୍ଥିତିରେ ଆଗାମୀ ୫ ଦିନ ପର୍ଯ୍ୟନ୍ତ ସମଗ୍ର ରାଜ୍ୟର ବିଭିନ୍ନ ଜିଲ୍ଲାରେ କାଳବୈଶାଖୀ ଜନିତ ଝଡବର୍ଷା ସହିତ ଅନେକ ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି ବୋଲି କହିଛି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ।
ତେବେ ଆଗାମୀ ୨୪ ଘଣ୍ଟା ମଧ୍ୟରେ ଅର୍ଥାତ ୨୨ ତାରିଖ, ବୁଧବାର ମଧ୍ୟାହ୍ନ ସୁଦ୍ଧା ଓଡିଶାର ସମ୍ବଲପୁର, ଅନୁଗୁଳ, ବୌଦ୍ଧ, କଟକ, ଢେଙ୍କାନାଳ, ଯାଜପୁର, କେନ୍ଦ୍ରାପଡା, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା ଓ ଗଂଜାମ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।
ସେହିପରି ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର, ସୁନ୍ଦରଗଡ, ଝାରସୁଗୁଡା, ବରଗଡ, ସମ୍ବଲପୁର, ଦେବଗଡ, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଂଜ, ଖୋର୍ଦ୍ଧା, ନୟାଗଡ, କନ୍ଧମାଳ, ବୌଦ୍ଧ, ସୋନପୁର, ବଲାଙ୍ଗୀର, ପୁରୀ ଓ ଗଂଜାମ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବର୍ଷା ସହ ବଜ୍ରପାତ ହେବାର ସମ୍ଭାବନା ରହିଛି ବୋଲି ଆଜି ଅପରାହ୍ନରେ ଏକ ସତର୍କ ସୂଚନା ଜାରି କରିଛି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ଏହାକୁ ଦୃଷ୍ଟିରେ ରଖି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଏହି ସମସ୍ତ ଜିଲ୍ଲାଗୁଡିକ ପାଇଁ ୟେଲୋୱାର୍ଣ୍ଣିଂ ଜାରି କରାଯାଇଛି ।
ଅନ୍ୟପକ୍ଷରେ ଏହି ସମୟ ମଧ୍ୟରେ ଆଭ୍ୟନ୍ତରୀଣ ଓଡିଶାର ଜିଲ୍ଲା ଏବଂ ଉତ୍ତର ଉପକୂଳ ଓଡିଶାର ଅନେକ ସ୍ଥାନରେ ହାଲୁକାରୁ ମଧ୍ୟମ ବର୍ଷା କିମ୍ବା ବଜ୍ରପାତ ହେବାର ସମ୍ଭାବନା ରହିଛି ବୋଲି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ସତର୍କ ସୂଚନାରେ କୁହାଯାଇଛି ।
ଭୁବନେଶ୍ୱର ଓ କଟକ ଆଖପାଖ ଅଞ୍ଚଳର ଆକାଶ ଆଂଶିକ ମେଘୁଆ ରହିବା ସହ ଭୁବନେଶ୍ୱରର କିଛି ସ୍ଥାନରେ ମଧ୍ୟମରୁ ହାଲୁକା ବର୍ଷା ସହ ବଜ୍ରପାତ ଓ କଟକର କିଛି ସ୍ଥାନରେ ହାଲୁକା ବର୍ଷା ସହ ବଜ୍ରପାତ ହୋଇପାରେ ।

hiranchal ad1
Leave A Reply

Your email address will not be published.

seventeen + 5 =