ଅବଢ଼ା ଯୋଜନା ସମୀକ୍ଷା ବୈଠକ, ନିଆଗଲା ଅନେକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି

0 95

ପୁରୀ : ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟଳୟରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ରଞ୍ଜନ କୁମାର ଦାସଙ୍କ ଅଧ୍ୟକ୍ଷତାରେ ହୋଇଥିବା ଅବଢ଼ା ଯୋଜନା ସମୀକ୍ଷା ବୈଠକରେ ଅନେକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି । ଅକ୍ଟୋବର ସୁଦ୍ଧା ଯାତ୍ରୀ ପରିକ୍ରମା ପ୍ରକଳ୍ପ କାର୍ଯ୍ୟ ସାରି ଭକ୍ତଙ୍କ ପାଇଁ ବ୍ୟବହାର ଉପଯୋଗୀ ହେବ । ଶ୍ରୀମନ୍ଦିର ଚାରି ଦ୍ୱାର ଭକ୍ତଙ୍କ ପାଇଁ ଖୋଲାଯିବା ନେଇ ମଧ୍ୟ ଆଲୋଚନା ହୋଇଥିଲା । ଶ୍ରୀମନ୍ଦିର ଚତୁଃପାର୍ଶ୍ୱରେ ଯାତ୍ରୀ ପରିକ୍ରମା ପ୍ରକଳ୍ପରେ ଭକ୍ତଙ୍କ ପାଇଁ ୯ ଟି ପ୍ରବେଶ ପଥ ରହିବ । ସେହିପରି ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟ ପାର୍ଶ୍ୱରେ ଓ ଏମାର ମଠ ନିକଟରେ ଦୁଇଟି ସ୍ଥାନରେ ୩ ହଜାର ଭକ୍ତଙ୍କ ପାଇଁ ହେବ ଶ୍ରୀଜଗନ୍ନାଥ ଅଭ୍ୟର୍ଥନା କକ୍ଷ । ରଘୁନନ୍ଦନ ଲାଇବ୍ରେରୀ ପାଇଁ ଟେଣ୍ଡର ପ୍ରକ୍ରିୟା ଶେଷ ହୋଇଛି । ଗୋପାଳତୀର୍ଥ ମଠ ଓ ନାରାୟଣୀ ମନ୍ଦିରର ପୁନରୁଦ୍ଧାର କରାଯିବ ।ଶ୍ରୀମନ୍ଦିର ଭିତରେ ଓ ବିଭିନ୍ନ ସ୍ଥାନରେ ଶ୍ରଦ୍ଧାଳୁଙ୍କୁ ବିଶୁଦ୍ଧ ପାନୀୟ ଜଳ ଯୋଗାଣ ପାଇଁ ଏକ ଏଜେନ୍ସି ସହ ଆଲୋଚନା କରାଯାଇଛି । ଷ୍ଟାଫ କ୍ୱାର୍ଟର ମାର୍କେଣ୍ଡଶ୍ୱର ସାହିରେ ହେବ । ସେହିପରି ଶ୍ରୀକ୍ଷେତ୍ରର ପଞ୍ଚତୀର୍ଥ ପୁଷ୍କରିଣୀର ପୁନରୁଦ୍ଧାର ଓ ସୌନ୍ଦର୍ଯ୍ୟକରଣ କାର୍ଯ୍ୟ କରାଯାଉଛି । ଯାତ୍ରୀ ପରିକ୍ରମା ପ୍ରକଳ୍ପ ଦ୍ୱାରା ପ୍ରଭାବିତ ହୋଇଥିବା ୧୮ଟି ମଠ ଓ ଦୁଇଟି ମନ୍ଦିରର ମଧ୍ୟ ବିକାଶ କରାଯିବ । ଅକ୍ଟୋବର ସୁଦ୍ଧା ଦିବ୍ୟାଙ୍ଗଙ୍କ ଦର୍ଶନ ପାଇଁ ସ୍ୱତନ୍ତ୍ର ବ୍ୟବସ୍ଥା ହେବ । ବୈଠକରେ ଶ୍ରୀମନ୍ଦିର ସେବାୟତଙ୍କ ପାଇଁ ଆବାସ ଯୋଜନା, ଜେଟିପି ପୋଲିସଙ୍କ ପାଇଁ ବ୍ୟାରାକ୍‌, ଦିବ୍ୟାଙ୍କ ଭକ୍ତଙ୍କ ନିମନ୍ତେ ପୂର୍ବ ପରି ରାମ୍ପ ଓ ପୀଠୁ କିମ୍ବା ଅନ୍ୟ କଣ ବିକଳ୍ପ ବ୍ୟବସ୍ଥା କରାଯିବ ସେ ନେଇ ତର୍ଜମା କରାଯାଉଛି । ବଡ ଓଡ଼ିଆ ମଠ ଜମି ବିକ୍ରୀ ପାଇଁ ପୂର୍ବରୁ ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକରେ ନିଷ୍ପତ୍ତି ନିଆଯାଇଛି ।

hiring

hiranchal ad1
Leave A Reply

Your email address will not be published.

1 × 5 =