ଭବାନୀପାଟଣାଠାରେ ଶିଶୁ ଶ୍ରମିକ ନିରାକରଣ ସଚେତନତା ରଥ ପରିକ୍ରମାର ଶୁଭାରମ୍ଭ

0 59

ଭବାନୀପାଟଣା: ଜିଲ୍ଲାପାଳଙ୍କ କାର୍ଯ୍ୟଳୟ ପରିସରରେ ଜିଲ୍ଲା ପ୍ରଶାସନ ଏବଂ ଜିଲ୍ଲା ଶ୍ରମ କାର୍ଯ୍ୟାଳୟ, କଳାହାଣ୍ଡି ତରଫରୁ ଏକ ଶିଶୁ ଶ୍ରମିକ ସଚେତନତା ରଥକୁ ଅତିରିକ୍ତ ଜିଲ୍ଲାପାଳ ସୁବ୍ରତ କୁମାର ନାୟକ ପତାକା ଦେଖାଇ ଶୁଭାରମ୍ଭ କରିଛନ୍ତି । ଏହି ସଚେତନତା ରଥ ଜିଲ୍ଲାର ବିଭିନ୍ନ ବ୍ଲକ, ଏନ୍‌ଏସି ଅଂଚଳ ପରିକ୍ରମା କରି ଶିଶୁ ଶ୍ରମିକ ନିରାକରଣ ଓ ଶିଶୁ ତଥା କିଶୋର ମାନଙ୍କୁ ବିଭିନ୍ନ କର୍ମସଂସ୍ଥାନରେ ନିୟୋଜନ ନିଷେଧ ଉପରେ ସଚେତନତା ସୃଷ୍ଟି କରିବ । ଶିଶୁ ଓ କିଶୋର ( ନିରାକରଣ ଓ ନିୟନ୍ତ୍ରଣ) ୧୯୮୬ ନିୟମ ଅନୁଯାୟୀ ୧୪ ବର୍ଷ ବୟସ ପର୍ଯ୍ୟନ୍ତ ଶିଶୁ ମାନଙ୍କୁ ବିଭିନ୍ନ ବୃତ୍ତିରେ ନିଯୁକ୍ତି ଦେବା ନିଷେଧ ଏବଂ ୧୫ ରୁ ୧୮ ବର୍ଷ ପର୍ଯ୍ୟନ୍ତ କିଶୋର ମାନଙ୍କୁ ବିପଦସଙ୍କୁଳ କର୍ମ ସଂସ୍ଥାନ ଓ ପ୍ରକ୍ରିୟାରେ ନିୟୋଜନ କରିବା ଏକ ଧର୍ତ୍ତବ୍ୟ ଅପରାଧ ଅଟେ । ଏଭଳି ନିୟୋଜନ କରିଥିବା ବ୍ୟକ୍ତିଙ୍କୁ ଦୋଷୀ ସାବ୍ୟସ୍ତ ହେଲେ ୫୦,୦୦୦ ଟଙ୍କା ଆର୍ଥିକ ଜୋରିମାନା ଓ ୩ ବର୍ଷ ପର୍ଯ୍ୟନ୍ତ ଜେଲଦଣ୍ଡ ଭୋଗିବାକୁ ପଡିବ । ଦେଖାଯାଉଛି ବିଭିନ୍ନ ହୋଟେଲ , ବ୍ୟବସାୟିକ ପ୍ରତିଷ୍ଠାନ ମାନଙ୍କରେ ଅସାଧୁ ବ୍ୟବସାୟୀ କମ ପାରିଶ୍ରମିକ ଦେଇ ଶିଶୁ ଶ୍ରମିକ ନିୟୋଜନ କରୁଛନ୍ତି ଏହି ବିଷୟରେ ଜନ ସାଧାରଣ ସଚେତନ ହୋଇ ଶ୍ରମ କାର୍ଯ୍ୟାଳୟରେ ଅଭିଯୋଗ କରିପାରିଲେ ଶିଶୁ ଶ୍ରମିକ ମୁକ୍ତ ଓଡ଼ିଶା ର ସଂକଳ୍ପ ପୂରଣ ହୋଇପାରିବ ବୋଲି ଆଶା କରାଯାଉଛି । ସଚେତନତା ରଥ ଶୁଭାରମ୍ଭ ସମୟରେ ଜିଲ୍ଲା ଶ୍ରମ ଅଧିକାରୀ ଶ୍ରୀ ସୁବାସ ଚନ୍ଦ୍ର ମଣ୍ଡଳ,ସହକାରୀ ଶ୍ରମ ଅଧିକାରୀ ଶ୍ରୀ ଜିତମ୍‌ ମାଝୀ, ଟ୍ରେଡ ୟୁନିଅନ୍‌ ସଭାପତି ଶିଶିର ପଟ୍ଟନାୟକ, ଡିଆଇପିଆର୍‌ଓ ମନୋଜ ବେହେରା, ଜିଲ୍ଲା ଶିଶୁ ସୁରକ୍ଷାର କର୍ମଚାରୀ ଅଂଶୁମାନ ବାବୁ ଓ ଅନ୍ୟ କର୍ମକର୍ତ୍ତା ଉପସ୍ଥିତ ଥିଲେ ।

hiranchal ad1
Leave A Reply

Your email address will not be published.

14 − 12 =