ଆଜି ଶ୍ରୀମନ୍ଦିରରେ ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି

0 45

ପୁରୀ : ଆଜି ମାର୍ଗଶୀର-କୃଷ୍ଣ ଦ୍ୱିତୀୟା ତିଥି । ଶ୍ରୀମନ୍ଦିରରେ ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ । ଏଣୁ ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ଅପରାହ୍ନ ୫.୦୦ ଟା ରୁ ରାତ୍ର୯.୦୦ ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ । ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଏହି ସୂଚନା ଦିଆଯାଇଛି । ବନକ ଲାଗି ନୀତିରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର ହୋଇଥାଏ । ପରମ୍ପରା ଅନୁଯାୟୀ ବୁଧବାର ଅବା ଗୁରୁବାର ଦିନ ମହାପ୍ରଭୁଙ୍କ ବନକ ଲାଗି ହୋଇଥାଏ । ଦି’ପ୍ରହର ଧୂପ ସରିବାପରେ ମନ୍ଦିରର ସମସ୍ତ ଦରଜା ବନ୍ଦ କରାଯାଇ ଏହି ନୀତି କରାଯାଇଥାଏ । ଦତ୍ତମହାପାତ୍ର ରତ୍ନ ସିଂହାସନ ଉପରକୁ ଯାଇ ଠାକୁର୍‌ ମାନଙ୍କର ଶ୍ରୀମୁଖସିଂହାର କରନ୍ତି । ଏହି ନୀତି ସମାପନ ହେବା ପର୍ଯ୍ୟନ୍ତ ପ୍ରାୟ ଚାରି ଘଣ୍ଟା ସମୟ ଶ୍ରୀମନ୍ଦିରର ସମସ୍ତ ଦ୍ୱାର ସମ୍ପୂର୍ଣ୍ଣ ବନ୍ଦ ରହେ । ତିନି ଦାରୁମୂର୍ତ୍ତିଙ୍କ ମୁଖମଣ୍ଡଳରେ ଶୃଙ୍ଗାରକୁ ମନ୍ଦିର ଭାଷାରେ ବନକଲାଗି କୁହାଯାଏ ।
ଏହି ବନକଲାଗି ନୀତି ପାଇଁ ଏକ ସ୍ୱତନ୍ତ୍ର ସେବାୟତ ଗୋଷ୍ଠୀ ଅଛନ୍ତି । ଏମାନଙ୍କୁ ଦତ୍ତ ମହାପାତ୍ର କୁହାଯାଏ । ଏମାନଙ୍କ କାମ ହେଲା ରଙ୍ଗପ୍ରସ୍ତୁତ କରିବା ଓ ବିଗ୍ରହରେ ଲଗାଇବା । ରଙ୍ଗ ସହିତ କସ୍ତୁରୀ ଓ କେଶର ଭଳି ଦାମୀ ସୁବାସିତ ପଦାର୍ଥ ବ୍ୟବହୃତ ହୋଇଥାଏ । । ବଜାରରେ ମିଳୁଥିବା ରଙ୍ଗ ବନକଲାଗିରେ ବ୍ୟବହାର ହୁଏ ନାହିଁ । ମହାପ୍ରଭୁଙ୍କ ଲାଗି ଉଦ୍ଦିଷ୍ଟ ରଙ୍ଗଗୁଡିକ ପ୍ରସ୍ତୁତ ପାଇଁ ଭିତର ବେଢାର ଉତ୍ତର ପଟେ ଗୋଟିଏ କୋଠରୀ ରହିଛି । ଏହାକୁ ବନକଲାଗି ଘର କୁହାଯାଏ । ଶଙ୍ଖକୁ ଚୂର୍ଣ୍ଣ କରି ଧଳାରଙ୍ଗ, ହରିତାଳରୁ ହଳଦିଆ ଓ ହିଙ୍ଗୁଳରୁ କଳା ପ୍ରସ୍ତୁତ ହୁଏ । ଏସବୁ ରଙ୍ଗରେ କର୍ପୁର ଓ କସ୍ତୁରୀ ମିଶେ । କସ୍ତୁରୀ ଯୋଗୁଁ ମହାପ୍ରଭୁଙ୍କ ମୁଖମଣ୍ଡଳ ଉଜ୍ଜ୍ୱଳ ଓ ମସୃଣ ରହେ ।

hiranchal ad1
Leave A Reply

Your email address will not be published.

eight + 3 =