ଚାକିରିରୁ ବିଦା ହେଲେ କୋଟିପତି ଅତିରିକ୍ତ ଉପଜିଲ୍ଲାପାଳ ପ୍ରଶାନ୍ତ କୁମାର ରାଉତ

0 63

ଭୁବନେଶ୍ୱର: ମହଙ୍ଗା ପଡ଼ିଲା ସରକାର ବାବୁଙ୍କୁ ଆୟ ବହିର୍ଭୂତ ସମ୍ପତ୍ତି ଠୁଳ କରିବା। ଚାକିରିରୁ ବିଦା ହେଲେ କୋଟିପତି ଓଏଏସ୍‌ ଅଫିସର ତଥା ନବରଙ୍ଗପୁରର ଅତିରିକ୍ତ ଉପଜିଲ୍ଲାପାଳ ପ୍ରଶାନ୍ତ କୁମାର ରାଉତ। ରାଜ୍ୟ ସରକାର ପ୍ରଶାନ୍ତଙ୍କୁ ବାଧ୍ୟତାମୂଳକ ଅବସର ଦେଇଛନ୍ତି। ଦୁଇ ତଳେ ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ପ୍ରଶାନ୍ତଙ୍କୁ ଗିରଫ କରିଥିଲା ଭିଜିଲାନ୍ସ। ପ୍ରଶାନ୍ତ ତାଙ୍କ ଆୟ ଠାରୁ ୫୦୬% ଅଧିକ ସଂପତ୍ତି ଠୁଳ କରିଛନ୍ତି ବୋଲି ଭିଜିଲାନ୍ସ ପକ୍ଷରୁ କୁହାଯାଇଥିଲା। ତାଙ୍କର ଆୟ ବହିର୍ଭୂତ ସଂପତ୍ତିର ମୂଲ୍ୟ ହେଉଛି ୫ କୋଟି ୨୧ ଲକ୍ଷ ୯ ହଜାର ୬୫୯ ଟଙ୍କା।

hiring

୨୩ ତାରିଖରେ ଭିଜିଲାନ୍ସ ପ୍ରଶାନ୍ତଙ୍କ ଘରେ ରେଡ୍ ବେଳେ ତାଙ୍କ ଘରୁ କେବଳ ୩ କୋଟି ୨ଲକ୍ଷ ୩୦ହଜାର ୮୦୦ଟଙ୍କାର ନଗଦ ଜବତ କରିଥିଲା। ,ଯାହା ରାଜ୍ୟ ଭିଜିଲାନ୍ସ ଇତିହାସରେ ଜବତ ନଗଦ ଟଙ୍କା ମଧ୍ୟରେ ଦ୍ୱିତୀୟ ସର୍ବାଧିକ ।

hiranchal ad1
Leave A Reply

Your email address will not be published.

thirteen − 5 =