ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବାଙ୍କଚୁଡ଼ ବେଶ

0 58

ପୁରୀ : ଆଜି କାର୍ତ୍ତିକମାସ ଶୁକ୍ଳପକ୍ଷ ଦ୍ୱାଦଶୀ ତିଥିରେ ଶ୍ରୀମନ୍ଦିର ରତ୍ନସିଂହାସନ ଉପରେ ମହାପ୍ରଭୁଙ୍କ ଅତ୍ୟନ୍ତ ଚିତ୍ତାକର୍ଷକ ବାଙ୍କଚୁଡ଼ ବେଶ ଅନୁଷ୍ଠିତ ହୋଇଛି । ଯେତେବେଳେ ଅକ୍ରୁର ଯାଇଥିଲେ ଗୋପପୁରକୁ ଶ୍ରୀକୃଷ୍ଣ ଓ ବଳରାମଙ୍କୁ ମଥୁରାକୁ ଆଣିବାକୁ ସେ ସମୟରେ ବ୍ରଜ ଦାଣ୍ଡରେ ଏହି ରୂପରେ ଅକ୍ରୁର ଦର୍ଶନ କରିଥିଲେ । ସେହି ସ୍ମୃତିରେ ଏହି ବେଶ ଶ୍ରୀମନ୍ଦିରରେ ଅନୁଷ୍ଠିତ ହେଉଛି । ଏହି ବେଶରେ ଠାକୁର ମାନେ ସୁବର୍ଣ୍ଣର ଅଳଙ୍କାରରେ ବିଭୂଷିତ ହୋଇଥାନ୍ତି । ଚୁଡା ମଧ୍ୟ ଧାରଣ କରିଥାନ୍ତି । ମସ୍ତକରେ ଏହି ଚୁଡା ବା ଚୁଳ ଦକ୍ଷିଣ ଦିଗକୁ ଢଳି ରହିଥାଏ । ଏଣୁ ମହାପ୍ରଭୁଙ୍କ ଏହି ବେଶକୁ ବାଙ୍କଚୁଡ଼ ବେଶ କୁହାଯାଏ । ମହାପ୍ରଭୁଙ୍କ ଅବକାଶ ନୀତି ପରେ ଏହି ବେଶ ଅନୁଷ୍ଠିତ ହୋଇଥାଏ । ତେବେ ଆଜିର ତିଥିରେ ମହାପ୍ରଭୁଙ୍କ ଏହି ଚିତାକର୍ଷକ ବେଶ ଯିଏ ଦର୍ଶନ କରିଥାନ୍ତି ତାଙ୍କୁ ଅପାର ଆନନ୍ଦ ଲାଭ ସହ ଜନ୍ମଜନ୍ମାନ୍ତର ପାପରୁ ମୁକ୍ତିମିଲେ ବୋଲି ବିଶ୍ୱାସ ରହିଛି । ସେଥିପାଇଁ ଗତକାଲି ପରି ଆଜି ମଧ୍ୟ ଶ୍ରୀମନ୍ଦିରରେ ପ୍ରବଳ ଗହଳି ପରିଲକ୍ଷିତ ହୋଇଥିବା ବେଳେ ପ୍ରଶାସନ ପକ୍ଷରୁ ମଧ୍ୟ ବ୍ୟବସ୍ଥାବଳୀ ପୂର୍ବ ପରି ରହିଛି । ଆସନ୍ତାକାଲି ତ୍ରୟୋଦଶୀ ତିଥିରେ ମହାପ୍ରଭୁଙ୍କ ତିବିକ୍ରମ ବେଶ ଅନୁଷ୍ଠିତ ହେବ ।

hiranchal ad1
Leave A Reply

Your email address will not be published.

five + two =