ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ସମାବର୍ତ୍ତନ ଉତ୍ସବ

0 70

ପାରଳାଖେମୁଣ୍ଡି : ଗଜପତି ଜିଲ୍ଲା ଗୋଶାଣୀ ବ୍ଳକ ଅନ୍ତର୍ଗତ କେରାଣ୍ଡି ଗ୍ରାମ ପଞ୍ଚାୟତର ନୂଆ କେରାଣ୍ଡି ଗ୍ରାମରେ ଥିବା ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଅଷ୍ଟମ ଶ୍ରେଣୀ ଛାତ୍ରଛାତ୍ରୀଙ୍କ ବିଦାୟକାଳୀନ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ଉଜ୍ୱଳ ଭବିଷ୍ୟତ କାମନା କରି ବିଦ୍ୟାଳୟର ଶିକ୍ଷକ ଶିକ୍ଷୟିତ୍ରୀ ଏବଂ ଛାତ୍ରଛାତ୍ରୀ ଅଷ୍ଟମ ଶ୍ରେଣୀରେ ଅଧ୍ୟୟନ କରୁଥିବା ୧୩ ଜଣ ଛାତ୍ରଛାତ୍ରୀଙ୍କୁ ବିଦାୟ ଦେଇଥିଲେ । ଶିକ୍ଷାର ଅନ୍ତ ନାହିଁ ଆଗକୁ ଉଜ୍ୱଳ ଭବିଷ୍ୟତ ତଥା ଉଚ୍ଚ ଶିକ୍ଷା ନିମିତ୍ତ ଉପଦେଶ ଦେଇ ଶିକ୍ଷକମାନେ ପିଲାଙ୍କୁ ଆଶୀର୍ବାଦ ପ୍ରଦାନ କରିଥିଲେ । ଏହି କାର୍ଯ୍ୟକ୍ରମରେ ପ୍ରଧାନ ଶିକ୍ଷକ ଏମ୍‌ ରବି କୁମାର,ଭି.ଭେଙ୍କେଟେ ରାମାଣା, ଗଦାଧର ମଙ୍ଗରାଜ, ସୌଦାମିନୀ ପଣ୍ଡା, ରତ୍ନ ମାଳା ଜେନା, ସଦାନନ୍ଦ ପାତ୍ର ପ୍ରମୁଖ ମଞ୍ଚାସିନ ଥିଲେ । ମୁଖ୍ୟ ଅତିଥି ଭାବେ ଅବସର ପ୍ରାପ୍ତ ଶିକ୍ଷୟିତ୍ରୀ ପୁଷ୍ପାଞ୍ଜଳି ପଣ୍ଡା ଯୋଗ ଦେଇଥିଲେ ।

hiranchal ad1
Leave A Reply

Your email address will not be published.

4 × one =