୨୬ରେ କଟକ ଆସିବେ ରାଷ୍ଟ୍ରପତି

0 61

କଟକ: ଆସନ୍ତା ୨୬ ତାରିଖରେ କଟକ ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ସେ ଏସ୍‌ସିବି ମେଡିକାଲ୍‌ କଲେଜ ଛାତ୍ର ସଂସଦର ବାର୍ଷିକୋତ୍ସବରେ ମୁଖ୍ୟଅତିଥି ଭାବେ ଯୋଗଦେବେ । ଏନେଇ ରାଷ୍ଟ୍ରପତି ଭବନ ଏବଂ କେନ୍ଦ୍ର ସ୍ୱରାଷ୍ଟ୍ର ମନ୍ତ୍ରଣାଳୟରୁ ଆସିଥିବା ଚିଠି ଏସ୍‌ସିବି କଲେଜ କର୍ତ୍ତୃପକ୍ଷଙ୍କ ହସ୍ତଗତ ହୋଇଛି । ଏସ୍‌ସିବିରେ ରାଷ୍ଟ୍ରପତିଙ୍କ କାର୍ଯ୍ୟକ୍ରମ ପ୍ରାୟ ସ୍ଥିର ହୋଇଥିବା ଜଣାପଡିବା ପରେ ପ୍ରଶାସନିକସ୍ତରରେ ତତ୍ପରତା ପ୍ରକାଶ ପାଇଛି । ଏଥିପାଇଁ ବୁଧବାର କଲେଜ ଅଧ୍ୟକ୍ଷକଙ୍କ କାର୍ଯ୍ୟାଳୟରେ ଏକ ପ୍ରସ୍ତୁତି ବୈଠକ ବସିଥିଲା । ୨୭ ତାରିଖ ରାଷ୍ଟ୍ରପତି ଭଦ୍ରକ ଗସ୍ତ କରିବେ । ରାଷ୍ଟ୍ରପତି ଶ୍ରୀମତୀ ମୁର୍ମୁ ଭଦ୍ରକ ସ୍ୱୟଂ ଶାସିତ ମହାବିଦ୍ୟାଳୟର ହୀରକ ଜୟନ୍ତୀ ଉତ୍ସବରେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି ।

hiranchal ad1
Leave A Reply

Your email address will not be published.

19 − 17 =