ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର

0 79

ସୁବର୍ଣ୍ଣପୁର: ଆଜି ସୁବର୍ଣ୍ଣପୁର ଜିଲ୍ଲା ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ତରଭା ବ୍ଲକ ସଭାଗୃହ ଠାରେ ଅନୁଷ୍ଠିତ ହୋଇଯାଇଛି । ସୁବର୍ଣ୍ଣପୁର ଜିଲ୍ଳାପାଳ ଅବୋଲୀ ସୁନିଲ ନରୱଣେ ଓ ଆରକ୍ଷୀ ଅଧିକ୍ଷକ ଅମରେଶ ପଣ୍ଡା ଯୁଗ୍ମ ଅଭିଯୋଗ ଶୁଣାଣି ଶିବିରରେ ଯୋଗଦାନ କରି ଜନସାଧାରଣଙ୍କ ବିଭିନ୍ନ ଆପତ୍ତି ଓ ସମସ୍ୟା ନିହିତ ୧୫ ଗୋଟି ପଞ୍ଜିକୃତ ଅଭିଯୋଗ ଦରଖାସ୍ତ ଗ୍ରହଣ କରିଥିଲେ । ତନ୍ମଧ୍ୟରେ ବ୍ୟକ୍ତିଗତ ଦରଖାସ୍ତ ୬ ଗୋଟି ଓ ସାମୁହିକ ଦରଖାସ୍ତ ୯ ଗୋଟି ଗ୍ରହଣ କରାଯାଇଛି । ଗ୍ରହଣ କରାଯାଇଥିବା ଦରଖାସ୍ତ ମଧ୍ୟରୁ ଶିବିରରେ ୧ ଗୋଟି ଅଭିଯୋଗ ଦରଖାସ୍ତର ତୁରନ୍ତ ସମାଧାନ କରାଯାଇଥିବା ବେଳେ ଅନ୍ୟାନ୍ୟ ୧୪ଟି ଆପତ୍ତି ଅଭିଯୋଗ ଦରଖାସ୍ତକୁ ନିର୍ଦ୍ଦିଷ୍ଟ ସମୟ ମଧ୍ୟରେ ତୁରନ୍ତ ସମାଧାନ ପାଇଁ ସମ୍ପୃକ୍ତ ବିଭିନ୍ନ ବିଭାଗର ବିଭାଗୀୟ ଅଧିକାରୀଙ୍କୁ ପ୍ରଦାନ କରାଯାଇଛି । ପ୍ରାପ୍ତ ଦରଖାସ୍ତ ମଧ୍ୟରେ ୨ ଗୋଟି ଦରଖାସ୍ତ ଆର୍ଥିକ ସହାୟତା ପ୍ରଦାନ ନିମନ୍ତେ ଗ୍ରହଣ କରାଯାଇଛି । ବିଡିଓ, ତରଭା ବିନୟ କୁମାର ପଟେଲଙ୍କ ତତ୍ୱାବଧାନରେ ଅନୁଷ୍ଠିତ ଯୁଗ୍ମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ଅତିରିକ୍ତ ଜିଲ୍ଳା ମୁଖ୍ୟ ଉନ୍ନୟନ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ, ଜିଲ୍ଲାପରିଷଦ – ପ୍ରଫୁଲ୍ଲ କୁଜୁର, ଉପ ଜିଲ୍ଲାପାଳ, ସୋନପୁର ଡଃ ଇପ୍ସିତା ପ୍ରିୟଦର୍ଶିନୀ ମିଶ୍ର,ବିଭିନ୍ନ ଜିଲ୍ଳା ସ୍ତରୀୟ ଅଧିକାରୀ,ଅତିରିକ୍ତ ତହସିଲଦାର, ବ୍ଲକ ସ୍ତରୀୟ କର୍ମଚାରୀ, ସାମ୍ବାଦିକ ପ୍ରମୁଖ ଯୋଗଦାନ କରିଥିଲେ । ପ୍ରାପ୍ତ ଦରଖାସ୍ତ ମଧ୍ୟରେ ୮ ଗୋଟି ସି ଏମ ଆର ଏଫ ନିମନ୍ତେ ଗ୍ରହଣ କରାଯାଇଛି । ଯୁଗ୍ମ ଅଭିଯୋଗ ଶିବିର ପ୍ରାରମ୍ଭରେ ଜିଲ୍ଲାପାଳ ଶ୍ରୀମତୀ ନରୱଣେ, ନୂତନ ଗଠିତ ଜରାଜାରିଙ୍ଗ ଗ୍ରାମ ପଞ୍ଚାୟତ ର ନୂତନ ପଞ୍ଚାୟତ କାର୍ଯ୍ୟାଳୟ କୋଠା ତଥା କାର୍ଯ୍ୟାଳୟ ନିମନ୍ତେ ସ୍ୱେଚ୍ଛାକୃତ ଭାବେ ବଦନ୍ୟତାର ସହ ସରପଞ୍ଚ ଜରାଜାରିଙ୍ଗ ଶ୍ରୀ ସଦା ପାତ୍ର ଭୂମି ପ୍ରଦାନ କରିଥିବା ହେତୁ ବ୍ଲକ ପ୍ରଶାସନ ତରଫରୁ ସମ୍ବର୍ଦ୍ଧିତ କରିଥିଲେ । ପରେ ପରେ ଜିଲ୍ଲାପାଳ ଶ୍ରୀମତୀ ନରୱଣେ, ଆରକ୍ଷୀ ଅଧିକ୍ଷକ ଶ୍ରୀ ପଣ୍ଡା,ତଥା ବିଡିଓ ତରଭା, ଜିଲ୍ଳା ଶିକ୍ଷା ଅଧିକାରୀ ପ୍ରମୁଖ ପୁଆ ଗ୍ରାମ ପଞ୍ଚାୟତ ନିର୍ମାଣଧୀନ ଅମୃତ ସରୋବର ତଥା ଆଦର୍ଶ ପୋଖରୀ, ରାଣୀସର୍ଡ଼ା ଗ୍ରାମ ପଞ୍ଚାୟତର ରାଣୀସର୍ଡ଼ା ୫-ଟି ରୂପାନ୍ତରଣ ଉଚ୍ଚ ବିଦ୍ୟାଳୟ ଓ ଦେଉଳପଦର ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ଦେଉଳପଦର ୫-ଟି ରୂପାନ୍ତରଣ ଉଚ୍ଚ ବିଦ୍ୟାଳୟର ନିର୍ମାଣଧୀନ କାର୍ଯ୍ୟ ଅଗ୍ରଗତିର ପରିଦର୍ଶନ କରିଥିଲେ ।

hiranchal ad1
Leave A Reply

Your email address will not be published.

13 + three =