ଗଟାଙ୍ଗି ସରକାରୀ ଆଶ୍ରମ ବିଦ୍ୟାଳୟରେ ପିତାମାତା ସହାଭାଗିତା କାର୍ଯ୍ୟକ୍ରମ

0 57

ବାଲିଗୁଡ଼ା: କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ବ୍ଲକ୍‌ ଅନ୍ତର୍ଗତ ଗଟାଙ୍ଗି ସରକାରୀ ଆଶ୍ରମ ବିଦ୍ୟାଳୟ, ଠାରେ ପିତାମାତା ସହାଭାଗିତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ଗୋଷ୍ଠୀ ସାମାଜିକ ସୁରକ୍ଷା ଅଧିକାରୀ ଦିନେଶ କୁମାର କହଁର ଅଧ୍ୟକ୍ଷତା କରିଥିବା ବେଳେ ମୁଖ୍ୟ ଅତିଥି ଭାବେ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଶଶାଙ୍କ ପାତ୍ର ଯୋଗ ଦେଇଥିଲେ । ସମ୍ମାନୀତ ଅତିଥି ଭାବେ ବନପାଳ ଟିକେଶ୍ୱର ବେହେରା ଓ ବିଦ୍ୟାଳୟ ପରିଚାଳନା କମିଟି ସଭାପତି ଅନନ୍ତ ଦିଗାଳ ଯୋଗଦେଇଥିଲେ । ପ୍ରଥମେ ଅତିଥି ମାନଙ୍କ ଦ୍ୱାରା ପ୍ରଦୀପ ପ୍ରଜ୍ୱଳନ କରାଯାଇଥିଲା । ପରେ ଶିଶୁମାନଙ୍କ ଦ୍ୱାରା ସ୍ୱାଗତ ସଂଗୀତ ଗାନ କରାଯାଇଥିଲା । ଏହାପରେ ସହକାରୀ ଶିକ୍ଷକ ତୀର୍ଥବାସୀ ଘଡ଼ାଇ ଅତିଥି ପରିଚୟ ପ୍ରଦାନ କରିବା ସହ ସ୍ୱାଗତ ଭାଷଣ ଦେଇଥିଲେ । ପ୍ରଧାନଶିକ୍ଷକ ଘନଶ୍ୟାମ ପ୍ରଧାନ ବିବରଣୀ ପାଠ କରିଥିଲେ । ସତ୍ୟଜିତ ମହାପାତ୍ର ଓ ହେମନ୍ତ ପାତ୍ର ମଞ୍ଚ ସଂଯୋଜନା କରିଥିଲେ । ଉପସ୍ଥିତ ପ୍ରାୟ ୧୫୦ ରୁ ଉର୍ଦ୍ଧ୍ୱ ପିତାମାତାଙ୍କୁ ଅତିଥିମାନେ ସରକାରଙ୍କ ବିଭିନ୍ନ ବିଭାଗର ଯୋଜନା ବିଷୟରେ ଅବଗତ କରାଇଥିଲେ । ଏହି ଅବସରରେ ଅନୁଷ୍ଠିତ ହୋଇଥିବା ବିଭିନ୍ନ ପ୍ରତିଯୋଗିତାରେ କୃତୀ ପ୍ରତିଯୋଗୀଙ୍କୁ ପୁରସ୍କୃତ କରାଯାଇଥିଲା । ଶେଷରେ ଶ୍ରୀମତୀ ଅମ୍ବିକା ବିଭାର, ପ୍ରଭାସିନୀ ଦିଗାଲ, ତାରାବତୀ ପ୍ରଧାନ ଓ ସେବତୀ ମଲିକଙ୍କ ସଂଯୋଜନାରେ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ଏହି କାର୍ଯ୍ୟକ୍ରମରେ ଅଞ୍ଚଳର ସ୍ୱୟଂ ସହାୟକ ଗୋଷ୍ଠୀ ଓ ଗ୍ରାମ୍ୟ କମିଟି ପୂର୍ଣ୍ଣ ସହଯୋଗ କରିଥିଲେ ।

hiranchal ad1
Leave A Reply

Your email address will not be published.

2 + five =