ବିଧାୟକଙ୍କ ଦ୍ୱାରା ସିମନବାଡିରେ ୨ଟି କଲ୍ୟାଣ ମଣ୍ଡପର ଭିତ୍ତିପ୍ରସ୍ତର ସ୍ଥାପନ

0 90

ବାଲିଗୁଡ଼ା: ଦାରିଙ୍ଗବାଡି ବ୍ଲକ ସିମନବାଡି ପଞ୍ଚାୟତରେ ୨ଟି କଲ୍ୟାଣ ମଣ୍ଡପ ନିର୍ମାଣ ହେବ । ଆଜି ୨ଟି କଲ୍ୟାଣ ମଣ୍ଡପର ଭିତ୍ତିପ୍ରସ୍ତର ସ୍ଥାପନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଘୁ -ଉଦୟଗିରି ବିଧାୟକ ସାଲୁଗା ପ୍ରଧାନ ମୁଖ୍ୟ ଅତିଥି ଭାବେ ଯୋଗଦେଇଥିବା ବେଳେ ସମ୍ମାନିତ ଅତିଥି ଭାବେ ଦାରିଙ୍ଗବାଡ଼ି ବିଡିଓ ଗଦାଧର ପାତ୍ର, ବ୍ଲକ ଅଧକ୍ଷ ସୁଶାନ୍ତ କୁମାର ପ୍ରଧାନ, ୧୦ନମ୍ବର ଜୋନ ଜିଲ୍ଲା ପରିଷଦ ସଦସ୍ୟ ରଞ୍ଜନ କୁମାର ପ୍ରଧାନ ପ୍ରମୁଖ ଉପସ୍ଥିତ ରହି ପ୍ରଥମେ ସିମନବାଡି ଜଗନ୍ନାଥ ମନ୍ଦିର ପରିସରରେ କଲ୍ୟାଣ ମଣ୍ଡପ ନିର୍ମାଣ ନେଇ ଭିତ୍ତିପ୍ରସ୍ତର ସ୍ଥାପନ କରିଥିବା ବେଳେ ଏହାପରେ ସେମାନେ ସିମନବାଡି ମା’ପାଟ୍ଟଖଣ୍ଡା ମନ୍ଦିର ପରିସରରେ କଲ୍ୟାଣ ମଣ୍ଡପର ଭିତ୍ତିପ୍ରସ୍ତର ସ୍ଥାପନ କରିଥିଲେ । ଏହି ଅବସରରେ ବିଧାୟକ କଲ୍ୟାଣ ମଣ୍ଡପ ନିର୍ମାଣ ଦ୍ୱାରା ଅଞ୍ଚଳବାସୀ ଉପକୃତ ହୋଇପାରିବେ ବୋଲି ପ୍ରକାଶ କରିଥିଲେ । ଏହି କାର୍ଯ୍ୟକ୍ରମରେ ଅନ୍ୟମାନଙ୍କ ମଧ୍ୟରେ ଦାରିଙ୍ଗବାଡି ବ୍ଲକ ସହକାରୀ ନିର୍ବାହୀ ଯନ୍ତ୍ରୀ ଶିଶିର କୁମାର ପାତ୍ର, ସିମନବାଡି କନିଷ୍ଠ ଯନ୍ତ୍ରୀ ତୁଷାର ରଞ୍ଜନ ସେଠୀ, ସିମନବାଡି ପଞ୍ଚାୟତ ସମିତି ସଭ୍ୟ ସାଧୁ ନାୟକ ପ୍ରମୁଖ ଉପସ୍ଥିତ ରହିଥିଲେ ।

hiranchal ad1
Leave A Reply

Your email address will not be published.

11 − nine =