ବିଶେଷଜ୍ଞ କମିଟି (ଶିଶୁ ସୁରକ୍ଷା)ର ସୋନପୁର କାରାଗାର ପରିଦର୍ଶନ

0 117

ସୁବର୍ଣ୍ଣପୁର: ଗୃହ ବିଭାଗ ଓଡିଶା ସରକାରଙ୍କ ଦ୍ୱାରା ମନୋନୀତ ବିଶେଷଜ୍ଞ କମିଟି ( ଶିଶୁ ସୁରକ୍ଷା )ଏବଂ ଜିଲ୍ଲା ଆଇନ ସେବା ପ୍ରାଧିକରଣ ପକ୍ଷରୁ ଆଜି ସୋନପୁର ଉପ କାରାଗାର ପରିଦର୍ଶନ କରିଛନ୍ତି । ଜିଲ୍ଲା ଆଇନ ସେବାପ୍ରାଧିକରଣ ସମ୍ପାଦିକା ସସ୍ମିତା ମିଶ୍ରଙ୍କ ତତ୍ତ୍ୱାବଧାନରେ କମିଟିର ସଦସ୍ୟ ପ୍ରଫେସର ନୀଳାମ୍ବର ଶତପଥି, ରାଜୀବ ଲୋଚନ ଗୁରୁ, ହେମନ୍ତ କୁମାର ସା ଓ ଜିଲ୍ଲା ଶିଶୁ ସୁରକ୍ଷା ବିଭାଗର ଆଇନ ଅଧିକାରୀ କେଶବ ଚନ୍ଦ୍ର ମେହେର ପ୍ରମୁଖ ସୋନପୁର ଉପ-କାରାଗାର ପରିଦର୍ଶନ କରିଥିଲେ । ଏହି ଅବସରରରେ କମିଟି ପକ୍ଷରୁ କାରାଗାରର ଅନ୍ତେବାସୀଙ୍କ ସହିତ ବିଭିନ୍ନ ବିଷୟରେ ଆଲୋଚନା କରିବା ସହିତ ଆଇନ ବ୍ୟବସ୍ଥାକୁ ନେଇ ଆଇନ ସହ ଦ୍ୱନ୍ଦ୍ୱରେ ଜଡିତ ଥିବା ଶିଶୁଙ୍କୁ ଚିହ୍ନଟ କରାଯାଇଥିଲା କିନ୍ତୁ ଏଥିରେ କୌଣସି ଆଇନ ସହ ଦ୍ୱନ୍ଦ୍ୱରେ ଥିବା ଶିଶୁ ପାଇ ନ ଥିଲେ । କାରାଗାର ର ଭାରପ୍ରାପ୍ତ ଅଧ୍ୟକ୍ଷ ଦେବରାଜ ବଢେଇ ପରିଦର୍ଶନ ସମୟରେ ଉପସ୍ଥିତ ରହି ଉକ୍ତ କମିଟିକୁ ସହଯୋଗ କରିଥିଲେ ।

hiranchal ad1
Leave A Reply

Your email address will not be published.

three × four =