ଶ୍ରୀମନ୍ଦିରରେ ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ

0 70

ପୁରୀ : ଆଜି ଭାଦ୍ରବ ମାସ କୃଷ୍ଣପକ୍ଷ ଅଷ୍ଟମୀ ତିଥି ବା ଜନ୍ମାଷ୍ଟମୀ । ଏହି ତିଥିରେ ଧରାବତଣ କରିବେ ପ୍ରଭୁ ଶ୍ରୀକୃଷ୍ଣ । ସେଥିପାଇଁ ଶ୍ରୀମନ୍ଦିରରେ ସ୍ୱତନ୍ତ୍ର ନୀତିକାନ୍ତି ଅନୁଷ୍ଠିତ ହୋଇଛି । ସନ୍ଧ୍ୟାଧୂପ ଶେଷ ହେବାପରେ ଶ୍ରୀକୃଷ୍ଣଙ୍କ ଜନ୍ମନୀତି ଅନୁଷ୍ଠିତ ହୋଇଥିଲା । ଗତକାଲି ପ୍ରସବ ଯନ୍ତ୍ରଣାରୁ ମୁକ୍ତି ପାଇବା ପାଇଁ ଯେଉଡ ଭୋଗ ସହ ଗର୍ଭଉଦକ ବନ୍ଦାପନା କରାଯାଇଥିଲା । ଆଜି ମହାଜନ ସେବକଙ୍କ ଦ୍ୱାରା ଶ୍ରୀକୃଷ୍ଣ ଜନ୍ମନୀତି ଅନୁଷ୍ଠିତ ହୋଇଥିଲା । ଦେବକୀ ଓ ବସୁଦେବ ବେଶରେ ଜନ୍ମ ଚକଡାରେ ନିଶାର୍ଦ୍ଧରେ ପ୍ରଭୁ କୃଷ୍ଣ ଜନ୍ମ ନେବେ । ସେଥିପାଇଁ ଆଜି ରାତି ୭ ଟା ରୁ ରାତ୍ର ୧୧ ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିଥିଲା । ଅନ୍ୟପକ୍ଷରେ ଶ୍ରୀମନ୍ଦିର ସହ ଜଡିତ ବିଭିନ୍ନ ମଠବାଡି ମାନଙ୍କରେ ଆଜି ରାତିରେ ଶ୍ରୀକୃଷ୍ଣ ଜନ୍ମନୀତି ଅନୁଷ୍ଠିତ ହେବ ।
ଆଜିଠାରୁ ଶ୍ରୀକୃଷ୍ଣଙ୍କ ଜନ୍ମନୀତି ଆରମ୍ଭ ହୋଇ କଂସ ବଧ ପର୍ଯ୍ୟନ୍ତ ଶ୍ରୀକୃଷ୍ଣ ଲୀଳା ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ । ସନ୍ଧ୍ୟାଧୂପ ସରିବା ପରେ ଜୟବିଜୟ ଦ୍ୱାର ବନ୍ଦ କରାଯାଇ ଭଣ୍ଡାର ଘର ସମ୍ମୁଖ ଭାଗରେ ପୂଜାପଣ୍ଡା ସେବାୟତ ମାନେ ପଞ୍ଚବର୍ଣ୍ଣ ମୁରୁଜରେ ଜନ୍ମମଣ୍ଡଳୀ ଅଙ୍କନ କରିଥିଲେ । ସେଠାରେ ସୁନାର କୃଷ୍ଣ ମୁର୍ତ୍ତି ରଖାଯାଇ ଦକ୍ଷିଣ ଘରୁ ମଦନମୋହନଙ୍କୁ ଅଣାଯାଇଥିଲା ।
ଦୁଇଜଣ ମହାଜନ ସେବକ ଦେବକୀ ଓ ବସୁଦେବ ଚରିତ୍ର ହୋଇ ଏହି ଜନ୍ମନୀତି ପାଳନ କରିଥିଲେ । ପରେ ମଦନମୋହନଙ୍କୁ ନାଭିକଟାମଣ୍ଡପକୁ ନିଆଯାଇ କୃଷ୍ଣଜନ୍ମ ଠାରୁ ଉପନୟନ ପର୍ଯ୍ୟନ୍ତ ନୀତି ଅନୁଷ୍ଠିତ ହୋଇଥିଲା । ସେହିପରି ଜଗମୋହନ ନିକଟରେ ଏକ ଦୋଳିରେ ମଦନମୋହନଙ୍କୁ ରଖାଯାଇ ଶ୍ରୀକୃଷ୍ଣ ଜନ୍ମନୀତି ଶେଷ କରାଯାଇଥିଲା ।

hiranchal ad1
Leave A Reply

Your email address will not be published.

2 × four =